୧୦୬ ଏମରଜେନ୍ସି ରେସପନ୍ସ ଗାଡ଼ିର ଶୁଭାରମ୍ଭ

କଟକ ଅଫିସ,୫ା୪: ରାଜ୍ୟରେ ଜରୁରିକାଳୀନ ସେବା ଭିତ୍ତିଭୂମିରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ପୋଲିସର ମିଳିତ ଆନୁକୂଲ୍ୟରେ ରାଜ୍ୟରେ ଏମରଜେନ୍ସି ରେସପନ୍ସ ଭେହିକଲ(ଇଆର୍‌ଭି)ର ଶୁଭାରମ୍ଭ କରାଯାଇଛି। ଏ ନେଇ କଟକସ୍ଥିତ ଓଏସ୍‌ଏପି ୬ଷ୍ଠ ବାଟାଲିୟନ ଗ୍ରାଉଣ୍ଡଠାରେ ସୋମବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ବତନ୍ତ୍ର ଡିଜି ମନୋଜ ଛାବ୍ରା ଯୋଗଦେଇ ଏହି ଏମରେଜେନ୍ସି ରେସପନ୍ସ ଭେହିକଲ (ଇଆର୍‌ଭି)ର ଶୁଭାରମ୍ଭ କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ୧୦୬ଟି ଯାନ ପ୍ରଦାନ କରାଯିବାକୁ ଥିବାବେଳେ ସୋମବାର ୬୨ଟି ଯାନକୁ ଲୋକାର୍ପଣ କରାଯାଇଛି। ବାକି ଥିବା ଇଆର୍‌ଭି ଯାନ ଦ୍ୱିତୀୟ ପର୍ଯ୍ୟାୟରେ ଉନ୍ମୋଚନ କରାଯିବ। ପୂର୍ବରୁ ଓଡ଼ିଶା ସରକାର ପୋଲିସ, ଅଗ୍ନିଶମ ବାହିନୀ, ଆମ୍ବୁଲାନ୍ସ ଏବଂ ଅନ୍ୟାନ୍ୟ ସେବାଗୁଡ଼ିକୁ ଏମରଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ(ଇଆର୍‌ଏସ୍‌ଏସ୍‌) ଅଧୀନକୁ ଆଣିବା ଲାଗି ଏକ ଜରୁରିକାଳୀନ ହେଲ୍ପଲାଇନ ନମ୍ବର ୧୧୨ର ଶୁଭାରମ୍ଭ କରିଛନ୍ତି। ଏହି ନୂଆ ୧୦୬ଟି ଇଆର୍‌ଭିର ଶୁଭାରମ୍ଭ ୧୧୨ସେବାକୁ ଆହୁରି ମଜଭୁତ କରିବ। ତେବେ ସେବାଗୁଡ଼ିକୁ ଅଧିକ ପ୍ରଭାବଶାଳୀ ଢଙ୍ଗରେ ପରିଚାଳନା କରିବା ଲାଗି ଏହି ଯାନଗୁଡ଼ିକୁ ଜିଆଇଏସ୍‌ ଏବଂ ଜିପିଏସ୍‌ ଭଳି ଆଧୁନିକ ବ୍ୟବସ୍ଥାରେ ସୁସଜ୍ଜିତ କରାଯାଇଛି। ଏହି ନୂତନ ପ୍ରୟାସ ଦ୍ୱାରା ଅପରାଧ, ବିଶୃଙ୍ଖଳା କାର୍ଯ୍ୟ କିମ୍ବା ଦୁର୍ଘଟଣା ଭଳି ଜରୁରିକାଳୀନ ପରିସ୍ଥିତିରେ ଏହି ଇଆରଭି ଦ୍ୱାରା ତୁରନ୍ତ ଏବଂ ପ୍ରଭାବଶାଳୀ ଭାବେ ସହାୟତା ପ୍ରଦାନ କରାଯିବ। ଏହି ଉଦ୍‌ଘାଟନୀ ଅବସରରେ ଓଡ଼ିଶାର ସ୍ବତନ୍ତ୍ର ଡିଜି ଯୋଗାଯୋଗ ଅରୁଣ ରାୟ ଓ ଆଡିଶନାଲ ଡିଜି ଲ ଆଣ୍ଡ ଅର୍ଡର ରାଧାକିଶନ ଶର୍ମାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri