ଡିସେମ୍ବରରେ ୧୦,୬୩୯ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୭।୧: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା ଟ୍ରାକ୍ଟର୍ସ’ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ଏପରିକି ୨୦୨୪ ଡିସେମ୍ବରରେ ବ୍ରାଣ୍ଡ୍‌ ମୋଟ ୧୦,୬୩୯ ୟୁନିଟ ଟ୍ରାକ୍ଟର ବିକ୍ରି ରେକର୍ଡ ହୋଇଥିଲାବେଳେ ଗତ ବର୍ଷ ସମାନ ଅବଧି ମଧ୍ୟରେ ବ୍ରାଣ୍ଡ୍‌ ମୋଟ ୭୯୯୯ ୟୁନିଟ ଟ୍ରାକ୍ଟର ବିକ୍ରି ହୋଇଥିଲା। ସେହିଭଳି କମ୍ପାନୀ ୨୦୨୪ ଡିସେମ୍ବରରେ ୧୮%ର ସର୍ବୋଚ୍ଚ ମାସିକ ବଜାର ଅଂଶ ରେକର୍ଡ କରି ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି। ଏପରିକି ୨୦୨୪ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ସୋନାଲିକା ମୋଟ ୧,୧୯,୩୬୯ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି, କମ୍ପାନୀ ୱାଇଟିଡି ସେଲ୍‌ ସହ ୨୦୨୪-୨୫ ଆର୍ଥିକ ବର୍ଷରେ ଏକ ମଜଭୁତ ସଫଳତା ବଜାୟ ରଖିଛି।
ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମିତ୍ତଲ କହିଛନ୍ତି, ପ୍ରତ୍ୟେକ ଟ୍ରାକ୍ଟର ସହିତ ଆମେ ଆମର କୃଷକ ସମୁଦାୟ ପାଇଁ ଅଭିବୃଦ୍ଧି, ସ୍ଥିରତା ଓ ଆଶାର ବିହନ ବୁଣିବା ପାଇଁ ବ୍ରାଣ୍ଡ୍‌ର ପ୍ରତିବଦ୍ଧତାକୁ ସୁଦୃଢ କରିଛୁ। ୨୦୨୪ ଡିସେମ୍ବରରେ ୧୮%ର ସର୍ବୋଚ୍ଚ ମାସିକ ବଜାର ଅଂଶ ହାସଲର ନୂଆ ସଫଳତା ବେଞ୍ଚମାର୍କ ପ୍ରଦର୍ଶନ ଓ ନୂତନ ଉପଲବ୍ଧିରେ ଉଜ୍ଜ୍ୱଳିତ ଏକ ବର୍ଷର ଉପଯୁକ୍ତ ସମାପ୍ତି ଅଟେ। ଏହି ମାସରେ ୩୩% ବୃଦ୍ଧି ସହିତ ଆମେ ଶିଳ୍ପ ଅଭିବୃଦ୍ଧିକୁ ୨.୪ ଗୁଣରେ ପରାଜିତ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri