କନିକା ବନାଞ୍ଚଳରେ ୧୦୭ କୁମ୍ଭୀର ବସା ଚିହ୍ନଟ

ରାଜନଗର,୩ା୭ (ଭାସ୍କର ରାଉତରାୟ): ବଉଳା କୁମ୍ଭୀରମାନଙ୍କ ପ୍ରାକୃତିକ ବାସସ୍ଥାନ ଭିତରକନିକା ଜାତୀୟ ଉଦ୍ୟାନ ଅଧୀନରେ ଥିବା କନିକା ବନାଞ୍ଚଳରେ ପ୍ରବାହିତ ନଦୀ ନାଳ। ଏଠାରେ ବସବାସ କରୁଥିବା ମା’ ବଉଳା କୁମ୍ଭୀରଗୁଡ଼ିକର ବସାଗୁଡ଼ିକୁ ବନ ବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। କନିକା ବନାଞ୍ଚଳରେ ୧୦୭ ବସା ଠାବ କରାଯାଇଛି ବୋଲି ବନାଞ୍ଚଳ ଅଧିକାରୀ ମାନସ କୁମାର ଦାସ ସୂଚନା ଦେଇଛନ୍ତି। କନିକା ରେଞ୍ଜର ଭିତରକନିକା, ରଗଡ଼ାପାଟିଆ, ଡାଙ୍ଗମାଳ, ଦକ୍ଷିଣ ମହିଁଷାମଡ଼ା, ନର୍ଥ ମହିଁଷାମଡ଼ା ଏବଂ କାଳିଭଞ୍ଜଡ଼ିଆରେ ଏହି ବସା ଚିହ୍ନଟ ହୋଇଛି। ବର୍ତ୍ତମାନ ବଉଳା କୁମ୍ଭୀରଗୁଡ଼ିକର ପ୍ରଜନନ ଋତୁ। ପ୍ରତିବର୍ଷ ଭଳି ଚଳିତବର୍ଷ ମେ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଚାଲିଛି। ଏହି ସମୟରେ ମା’ ବଉଳା କୁମ୍ଭୀର ନଦୀର ଜୁଆରଠାରୁ ୫ ଫୁଟ ଦୂର ନଦୀ ପଠାରେ ବସା କରିଥାନ୍ତି। ଅଣ୍ଡିରା ବଉଳା କୁମ୍ଭୀର ହେନ୍ତାଳ, ଖରଖରି ଓ ଅନ୍ୟ ପତ୍ରକୁ ନେଇ ୨ରୁ ଅଢେଇ ଫୁଟ ଉଚ୍ଚର ବସା ବାନ୍ଧିଥାନ୍ତି। ବସା ବନ୍ଧା ସରିବା ପରେ ମା’ ବଉଳା କୁମ୍ଭୀର ସେଠାରେ ଅଣ୍ଡା ଦେଇଥାନ୍ତି। ମା’ କୁମ୍ଭୀର ଅଣ୍ଡା ଦେବା ପରେ ଅଣ୍ଡିରା କୁମ୍ଭୀର ବସାରୁ ଅଣ୍ଡାଗୁଡ଼ିକ ଯେପରି ବାହ୍ୟ ଶତ୍ରୁ ନଷ୍ଟ ନ କରନ୍ତି ସେଥିପ୍ରତି ଜାଗ୍ରତ ରହିଥାନ୍ତି। ଏଥିସହ ଏହି ସମୟରେ କୁମ୍ଭୀରଗୁଡ଼ିକ ଅଧିକ ହିଂସ୍ର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?