ଜନଶୁଣାଣିରେ ୧୦୭ ଅଭିଯୋଗ

ବିଞ୍ଝାରପୁର,୧୪ା୬(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ୍‌ ସମ୍ମିଳନୀ ଗୃହରେ ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ମିନତି ଜଗଦେବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗ ଦେଇଥିଲେ। ଏଥିସହିତ ସେ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କ ସମସ୍ୟାକୁ ଗୁରୁତର ସହ ବିଚାରକୁ ନେଇ ତ୍ୱରାନ୍ବିତ ପ୍ରକ୍ରିୟାରେ ସମାଧାନ କରିବାକୁ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଆବାସ ଯୋଜନାରେ ଘର ପ୍ରଦାନ, ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମନ୍ଧୀୟ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଏହି ଜନଶୁଣାଣିରେ ମୋଟ ୧୦୭ ଅଭିଯୋଗ ମଧ୍ୟରୁ ୧୦୬ ବ୍ୟକ୍ତିଗତ ସମସ୍ୟା ଓ ଗୋଟିଏ ସାମୂହିକ ସମସ୍ୟା ରହିଥିଲା। ସେଥିମଧ୍ୟରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ଜଣଙ୍କୁ ସହାୟତା ପ୍ରଦାନ ପାଇଁ ସୁପାରିସ କରାଯାଇଛି। ୧୧ଜଣଙ୍କୁ ରେଡ୍‌କ୍ରସ ସହାୟତା ପ୍ରଦାନ ପାଇଁ ସୁପାରିସ କରାଯାଇଥିବାବେଳେ ୬୫ ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଅବଶିଷ୍ଟ ଅଭିଯୋଗ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ପାଖକୁ ପଠାଯାଇଛି। ଶିବିରରେ ଏସ୍‌ପି ରାହୁଲ୍‌ ପିଆର, ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଅକ୍ଷୟ କୁମାର ମଲ୍ଲିକ, ମୁଖ୍ୟାଳୟ ଏସ୍‌ଡିପିଓ ମମତା ସାହୁ, ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ, ଡିଆଇପିଆରଓ ସରୋଜ କୁମାର ଶତପଥୀ, ତହସିଲଦାର ଦୀପକ କୁମାର ରାଉତ, ଆଇଆଇସି ରଞ୍ଜିତ ମହାନ୍ତିଙ୍କ ସମେତ ସାସ୍ଥ୍ୟ, ଶିକ୍ଷା, ଆସିଡିଏସ, ପାନୀୟ ଜଳ ଯୋଗାଣ, ରାସ୍ତା ଓ ଗୃହ, ଜଳ ସମ୍ପଦ, ପୂର୍ତ୍ତ ଓ ବିଦ୍ୟୁତ୍‌ ଆଦି ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri