ଜନଶୁଣାଣିରେ ୧୦୭ ଅଭିଯୋଗ

ବିଞ୍ଝାରପୁର,୧୪ା୬(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ୍‌ ସମ୍ମିଳନୀ ଗୃହରେ ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ମିନତି ଜଗଦେବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗ ଦେଇଥିଲେ। ଏଥିସହିତ ସେ ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କ ସମସ୍ୟାକୁ ଗୁରୁତର ସହ ବିଚାରକୁ ନେଇ ତ୍ୱରାନ୍ବିତ ପ୍ରକ୍ରିୟାରେ ସମାଧାନ କରିବାକୁ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଆବାସ ଯୋଜନାରେ ଘର ପ୍ରଦାନ, ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମନ୍ଧୀୟ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଏହି ଜନଶୁଣାଣିରେ ମୋଟ ୧୦୭ ଅଭିଯୋଗ ମଧ୍ୟରୁ ୧୦୬ ବ୍ୟକ୍ତିଗତ ସମସ୍ୟା ଓ ଗୋଟିଏ ସାମୂହିକ ସମସ୍ୟା ରହିଥିଲା। ସେଥିମଧ୍ୟରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ଜଣଙ୍କୁ ସହାୟତା ପ୍ରଦାନ ପାଇଁ ସୁପାରିସ କରାଯାଇଛି। ୧୧ଜଣଙ୍କୁ ରେଡ୍‌କ୍ରସ ସହାୟତା ପ୍ରଦାନ ପାଇଁ ସୁପାରିସ କରାଯାଇଥିବାବେଳେ ୬୫ ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଅବଶିଷ୍ଟ ଅଭିଯୋଗ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ପାଖକୁ ପଠାଯାଇଛି। ଶିବିରରେ ଏସ୍‌ପି ରାହୁଲ୍‌ ପିଆର, ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଅକ୍ଷୟ କୁମାର ମଲ୍ଲିକ, ମୁଖ୍ୟାଳୟ ଏସ୍‌ଡିପିଓ ମମତା ସାହୁ, ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ, ଡିଆଇପିଆରଓ ସରୋଜ କୁମାର ଶତପଥୀ, ତହସିଲଦାର ଦୀପକ କୁମାର ରାଉତ, ଆଇଆଇସି ରଞ୍ଜିତ ମହାନ୍ତିଙ୍କ ସମେତ ସାସ୍ଥ୍ୟ, ଶିକ୍ଷା, ଆସିଡିଏସ, ପାନୀୟ ଜଳ ଯୋଗାଣ, ରାସ୍ତା ଓ ଗୃହ, ଜଳ ସମ୍ପଦ, ପୂର୍ତ୍ତ ଓ ବିଦ୍ୟୁତ୍‌ ଆଦି ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri