ରୂପାନ୍ତରିତ ହେବ ଗଞ୍ଜାମର ୧୦୭ ସ୍କୁଲ

ଛତ୍ରପୁର,୧୨।୧୦(ଡି.ଏନ.ଏ.): ତୃତୀୟ ପର୍ଯ୍ୟାୟରେ ୫-ଟିରେ ଗଞ୍ଜାମ ଜିଲାର ୧୦୭ଟି ସରକାରୀ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କରାଯିବ। ଏଥିସକାଶେ ୫-ଟି ସଚିବ ଭି. କେ. ପାଣ୍ଡିଆନ ମଙ୍ଗଳବାର ଜିଲାର ରୂପାନ୍ତରୀତ ହେବାକୁ ଥିବା ବିଦ୍ୟାଳୟ ସମ୍ପର୍କରେ ଓସ୍ବାନ ଭିସି ମାଧ୍ୟମରେ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାକୁ ସଶକ୍ତ ଓଡିଶାରେ ପରିବର୍ତ୍ତନ କରିବା ନେଇ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସମସ୍ତ ସରକାରୀ ବିଦ୍ୟାଳୟକୁ ରୂପାନ୍ତର କରି ଶିକ୍ଷା ବ୍ୟବସ୍ଥାର ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁ ସବୁ ବିଦ୍ୟାଳୟ ରୂପାନ୍ତରୀକରଣ ହୋଇଛି, ସେଗୁଡିକର ରକ୍ଷଣାବେକ୍ଷଣ ଓ ପରିଚାଳନା ଠିକ କରିବା ନେଇ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସମ୍ପୃକ୍ତ ଅଧିକାରୀମାନଙ୍କୁ ୫-ଟି ସଚିବ ଅବଗତ କରାଇଥିଲେ । ସମସ୍ତ ବିଦ୍ୟାଳୟକୁ ପଟ୍ଟା ପ୍ରଦାନ, ବିଦ୍ୟାଳୟରେ ବିଦ୍ୟୁତ୍‌, ଇଣ୍ଟରନେଟ ସଂଯୋଗ ଆଦିକୁ ଗୁରୁତ୍ୱ ଦେବାକୁ କହିଥିଲେ। ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧୩୩ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୩୩ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ ହୋଇଛି। ଏଥିପ୍ରତି ଛାତ୍ରଛାତ୍ରୀ ଓ ଅଭିଭାବକ ଆକୃଷ୍ଟ ହେଉଛନ୍ତି । ପାଠ ପଢାର ମାନ ବୃଦ୍ଧି ଘଟୁଛି । ବର୍ତ୍ତମାନ ତୃତୀୟ ପର୍ଯ୍ୟାୟରେ ୧୦୭ଟି ବିଦ୍ୟାଳୟ ରୂପାନ୍ତରୀକରଣ ହେବ। ୫-ଟି ସଚିବ ଜିଲାର ସମସ୍ତ ବ୍ଲକ ଏବଂ ବ୍ରହ୍ମପୁର ମହାନଗର ନିଗମ ସହିତ ଯୋଡି ହୋଇ ସ୍ଥାନୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସ୍ଥାନୀୟ ଲୋକ ପ୍ରତିନିଧି, ସରପଞ୍ଚ, ସମସ୍ତ ବିଦ୍ୟାଳୟର ଆଲୁମିନା, ବିଦ୍ୟାଳୟ ଉନ୍ନୟନ କମିଟିର ସଦସ୍ୟା, ସଦସ୍ୟ ଓ ଛାତ୍ରଛାତ୍ରୀମାନଙ୍କ ସହିତ କଥା ହୋଇଥିଲେ। ସେମାନେ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହିତ ୫-ଟି ସଚିବଙ୍କୁ ମଧ୍ୟ ଧନ୍ୟବାଦ ଦେଇଥିଲେ। ବିଶେଷକରି ଛାତ୍ରୀଛାତ୍ରମାନଙ୍କ ସହିତ ସଚିବ କଥା ହୋଇ ସେମାନେ ବିଦ୍ୟାଳୟର ରୂପାନ୍ତର କିଭଳି ଚାହୁଁଛନ୍ତି ତାହା ପଚାରି ବୁଝିବା ସହିତ ଛାତ୍ରଛାତ୍ରୀମାନେ ଭବିଷ୍ୟତରେ କ’ଣ କରିବେ ତାହା ପଚାରି ବୁଝିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରାରମ୍ଭରେ ସମସ୍ତଙ୍କୁ ସ୍ବାଗତ ଜଣାଇ ନିଜ ବକ୍ତବ୍ୟ ରଖିଥିଲେ । ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ ଗଞ୍ଜାମ ଭି.କୀର୍ତ୍ତିଭାସନ, ପ୍ରୋବେସନାରୀ ଅଧିକାରୀ ଧୀନା, ଛତ୍ରପୁର ଉପଜିଲାପାଳ ତଥା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ଜିଲା ପରିଷଦ ପ୍ରସନ୍ନ କୁମାର ପାତ୍ର, ଜିଲା ଶିକ୍ଷାଧିକାରୀ ବିନୀତା ସେନାପତି, ଅତିରିକ୍ତ ଜିଲା ଅଧିକାରୀ ପବିତ୍ର ମୋହନ ସାହୁ, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ଯନ୍ତ୍ରୀ ମନୋଜ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri