୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର ୨ଟି ଶ୍ରେଣୀଗୃହ। ଦୁଇଟି ଶ୍ରେଣୀଗୃହରେ ଏତେସଂଖ୍ୟକ ପିଲା ବସି ପାଠ ପଢ଼ିବା କଷ୍ଟକର ହୋଇପଡୁଛି। ଯାହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ପ୍ରକାଶ ଯେ, ୧୯୯୧ରେ ଗାଁ ଲୋକଙ୍କ ପ୍ରଚେଷ୍ଟାରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ସର୍ବଶିକ୍ଷା ଅଭିଯାନରେ ୨୦୦୭-୦୮ରେ ୨କକ୍ଷ ବିଶିଷ୍ଟ ଶ୍ରେଣୀଗୃହ ନିର୍ମାଣ କରାଯାଇଥିଲା। ପୂର୍ବରୁ ବ୍ଲାକବୋର୍ଡ ଯୋଜନାରେ ନିର୍ମାଣ ହୋଇଥିବା ଶ୍ରେଣୀଗୃହ ଏବେ ପରିତ୍ୟକ୍ତ ଅବସ୍ଥାରେ। ଫଳରେ ଏହି ଦୁଇ ଗୃହରେ ୫ଟି ଶ୍ରେଣୀର ଛାତ୍ରୀଛାତ୍ର ବସି ପାଠ ପଢ଼ିଥାନ୍ତି। ଆବଶ୍ୟକ ଶ୍ରେଣୀଗୃହ ନ ଥିବାରୁ ପ୍ରାୟ ୩ ବର୍ଷ ହେଲା ଏଭଳି ସମସ୍ୟା ଲାଗି ରହିଛି। କୋଭିଡ୍‌ କଟକଣା ପାଇଁ ବର୍ତ୍ତମାନ ପିଲା ବିଦ୍ୟାଳୟକୁ ଆସୁନାହାନ୍ତି। କିନ୍ତୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର ଉଜ୍ଜ୍ୱଳ କାର୍ଯ୍ୟକ୍ରମ, ଦଳଗତ ଶିକ୍ଷାଦାନ, ଶୃଙ୍ଖଳା ରକ୍ଷା ଓ ଶିକ୍ଷାଦାନରେ ଶ୍ରେଣୀଗୃହର ଅଭାବ ବାଧକ ହେଉଥିବା ଶିକ୍ଷୟିତ୍ରୀ ଶିକ୍ଷକ ପ୍ରକାଶ କରିଛନ୍ତି। ଏ ନେଇ ପରିଳାଳନା କମିଟି ଓ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷାଧିକାରୀ ଓ ଜିଲା ପ୍ରକଳ୍ପ ଅଧିକାରୀଙ୍କୁ ବାରମ୍ବାର ଜଣାଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା କୁହାଯାଇଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ କମଳା ଦାସ ୨ ଶ୍ରେଣୀଗୃହରେ ୮୭ ପିଲାଙ୍କୁ ଶିକ୍ଷାଦାନ କରିବା କଷ୍ଟସାଧ୍ୟ ଏବଂ ଏ ବିଷୟରେ ସେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି କହିଛନ୍ତି। ବ୍ଲକ ଶିକ୍ଷାଧିକାରୀ ଅଧିର କୁମାର ତରେଇ କହିଛନ୍ତି, ଏହି ସମସ୍ୟା ବିଷୟରେ ଜଣା ନ ଥିଲା। ବର୍ତ୍ତମାନ ଏସବୁ ଶିକ୍ଷା ବିଭାଗରେ ନାହିଁ। ପଞ୍ଚାୟତିରାଜ ବିଭାଗକୁ ହସ୍ତାନ୍ତର କରାଯାଇଛି। ବିଡିଓଙ୍କୁ ଏ ବିଷୟରେ ଜଣାଇବେ ବୋଲି ସେ କହିଛନ୍ତି। ତେବେ ଉକ୍ତ ସମସ୍ୟା ପ୍ରତି ବିଭାଗୀୟ ଅଧିକାରୀ ଗୁରୁତ୍ୱ ଦେଇ ତୁରନ୍ତ ଶ୍ରେଣୀଗୃହ ଯୋଗାଇ ଦେବାକୁ ପରିଚାଳନା କମିଟି, ଛାତ୍ର, ଅଭିଭାବକ ଓ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri