୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ ମାତ୍ର ୨ଟି ଶ୍ରେଣୀଗୃହ। ଦୁଇଟି ଶ୍ରେଣୀଗୃହରେ ଏତେସଂଖ୍ୟକ ପିଲା ବସି ପାଠ ପଢ଼ିବା କଷ୍ଟକର ହୋଇପଡୁଛି। ଯାହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ମହଲରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ପ୍ରକାଶ ଯେ, ୧୯୯୧ରେ ଗାଁ ଲୋକଙ୍କ ପ୍ରଚେଷ୍ଟାରେ ସ୍ଥାପିତ ହୋଇଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ସର୍ବଶିକ୍ଷା ଅଭିଯାନରେ ୨୦୦୭-୦୮ରେ ୨କକ୍ଷ ବିଶିଷ୍ଟ ଶ୍ରେଣୀଗୃହ ନିର୍ମାଣ କରାଯାଇଥିଲା। ପୂର୍ବରୁ ବ୍ଲାକବୋର୍ଡ ଯୋଜନାରେ ନିର୍ମାଣ ହୋଇଥିବା ଶ୍ରେଣୀଗୃହ ଏବେ ପରିତ୍ୟକ୍ତ ଅବସ୍ଥାରେ। ଫଳରେ ଏହି ଦୁଇ ଗୃହରେ ୫ଟି ଶ୍ରେଣୀର ଛାତ୍ରୀଛାତ୍ର ବସି ପାଠ ପଢ଼ିଥାନ୍ତି। ଆବଶ୍ୟକ ଶ୍ରେଣୀଗୃହ ନ ଥିବାରୁ ପ୍ରାୟ ୩ ବର୍ଷ ହେଲା ଏଭଳି ସମସ୍ୟା ଲାଗି ରହିଛି। କୋଭିଡ୍‌ କଟକଣା ପାଇଁ ବର୍ତ୍ତମାନ ପିଲା ବିଦ୍ୟାଳୟକୁ ଆସୁନାହାନ୍ତି। କିନ୍ତୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର ଉଜ୍ଜ୍ୱଳ କାର୍ଯ୍ୟକ୍ରମ, ଦଳଗତ ଶିକ୍ଷାଦାନ, ଶୃଙ୍ଖଳା ରକ୍ଷା ଓ ଶିକ୍ଷାଦାନରେ ଶ୍ରେଣୀଗୃହର ଅଭାବ ବାଧକ ହେଉଥିବା ଶିକ୍ଷୟିତ୍ରୀ ଶିକ୍ଷକ ପ୍ରକାଶ କରିଛନ୍ତି। ଏ ନେଇ ପରିଳାଳନା କମିଟି ଓ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷାଧିକାରୀ ଓ ଜିଲା ପ୍ରକଳ୍ପ ଅଧିକାରୀଙ୍କୁ ବାରମ୍ବାର ଜଣାଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା କୁହାଯାଇଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ କମଳା ଦାସ ୨ ଶ୍ରେଣୀଗୃହରେ ୮୭ ପିଲାଙ୍କୁ ଶିକ୍ଷାଦାନ କରିବା କଷ୍ଟସାଧ୍ୟ ଏବଂ ଏ ବିଷୟରେ ସେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି କହିଛନ୍ତି। ବ୍ଲକ ଶିକ୍ଷାଧିକାରୀ ଅଧିର କୁମାର ତରେଇ କହିଛନ୍ତି, ଏହି ସମସ୍ୟା ବିଷୟରେ ଜଣା ନ ଥିଲା। ବର୍ତ୍ତମାନ ଏସବୁ ଶିକ୍ଷା ବିଭାଗରେ ନାହିଁ। ପଞ୍ଚାୟତିରାଜ ବିଭାଗକୁ ହସ୍ତାନ୍ତର କରାଯାଇଛି। ବିଡିଓଙ୍କୁ ଏ ବିଷୟରେ ଜଣାଇବେ ବୋଲି ସେ କହିଛନ୍ତି। ତେବେ ଉକ୍ତ ସମସ୍ୟା ପ୍ରତି ବିଭାଗୀୟ ଅଧିକାରୀ ଗୁରୁତ୍ୱ ଦେଇ ତୁରନ୍ତ ଶ୍ରେଣୀଗୃହ ଯୋଗାଇ ଦେବାକୁ ପରିଚାଳନା କମିଟି, ଛାତ୍ର, ଅଭିଭାବକ ଓ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?