ଓ୍ବାର୍ଲ୍‌‍ଡ ଟ୍ରାଭେଲ ମାର୍କେଟରେ ମହାରାଜା ଏକ୍ସପ୍ରେସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଲଣ୍ଡନରେ ପ୍ରଦର୍ଶିତ ହେବ ଭାରତୀୟ ରେଳପଥର ସର୍ବୋତ୍ତମ ବିଳାସପୂର୍ଣ୍ଣ ଟ୍ରେନ୍‌ ମହାରାଜା ଏକ୍ସପ୍ରେସ। ଆସନ୍ତା ୪ରୁ ୬ ନଭେମ୍ବର ପର୍ଯ୍ୟନ୍ତ ଭାରତର ଏହି ଉନ୍ନତ ରାଜକୀୟ ଆତିଥ୍ୟ ପ୍ରଦାନକାରୀ ବିଳାସପୂର୍ଣ୍ଣ ଟ୍ରେନ୍‌ ‘ଓ୍ବାର୍ଲ୍‌‍ଡ ଟ୍ରାଭେଲ ମାର୍କେଟ’ ମେଳାରେ ସାମିଲ ହେବ। ୨୦୦୯ରେ ଶୁଭାରମ୍ଭ ହୋଇଥିବା ଏହି ଟ୍ରେନ ଚଳିତବର୍ଷ ୧୦ ବର୍ଷରେ ପାଦ ଦେଇଛି। ଏହି ତିନିଦିନିଆ ଟ୍ରାଭେଲ ମାର୍କେଟିଂ କର୍ମଶାଳାରେ ରାଜକୀୟ ଟ୍ରେନ ମହାରାଜା ଏକ୍ସପ୍ରେସର ଅବିକଳ ରୂପ ପ୍ରଦର୍ଶିତ ହେବ। ମହାରାଜା ଏକ୍ସପ୍ରେସ ଭାରତୀୟ ରେଳପଥରେ ଯାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ନିଆରା ସେବା ଯୋଗାଇଥାଏ। ଦେଶର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସ୍ବତନ୍ତ୍ର ପ୍ୟାକେଜ ପ୍ରସ୍ତୁତ କରି ଦେଶ ବିଦେଶର ପର୍ଯ୍ୟଟକଙ୍କୁ ବିଳାସପୂର୍ଣ୍ଣ ସେବା ଯୋଗାଣ କ୍ଷେତ୍ରରେ ଏହି ଟ୍ରେନ୍‌ ସର୍ବାଗ୍ରେ ରହି ଆସିଛି। ଏହା କେବଳ ଭାରତରେ ନୁହେଁ, ବିଶ୍ୱ ତାଲିକାରେ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri