ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି । ଶନିବାର ଦିନ ଅଡବା ଅଞ୍ଚଳର ରାସପେଟ, ଗାଲିମେରା ଓ ଆଖପାଖ ଅଞ୍ଚଳରେ ପାଟ୍ରୋଲିଂ ଓ ଗଞ୍ଜେଇ ବିରୋଧୀ ଚଢ଼ାଉ ସମୟରେ ଗୁଲୁବା ଗ୍ରାମ ପଞ୍ଚାୟତ ଅଧୀନ ଗାଲିମେରା ଗ୍ରାମ ନିକଟସ୍ଥ ଜଙ୍ଗଲ ଅଞ୍ଚଳରୁ ୪୩ଟି ପ୍ଲାଷ୍ଟିକ ଜରି ବ୍ୟାଗରେ ରଖାଯାଇଥିବା ୧,୦୭୫ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି ।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଅଜଣା ଦୁର୍ବୃତ୍ତମାନେ ଗଞ୍ଜେଇକୁ ଚୋରା ଚାଲାଣ କରିବା ଉଦ୍ଦେଶ୍ୟରେ ଜଙ୍ଗଲରେ ଲୁଚାଇ ରଖିଥିଲେ । ଘଟଣା ସମ୍ପର୍କରେ ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ଅବଗତ କରାଯିବା ପରେ ଅତିରିକ୍ତ ତହସିଲଦାର ରାଜେନ୍ଦ୍ର ପ୍ରସାଦ ଭୂୟାଁ ଘଟଣାସ୍ଥଳ ଉପସ୍ଥିତିରେ ସମସ୍ତ ବ୍ୟାଗ ଖୋଲାଯାଇ ଯାଞ୍ଚ କରାଯିବା ସହ ପ୍ରତ୍ୟେକ ବ୍ୟାଗର ଓଜନ କରାଯାଇ ମୋଟ ଓଜନ ୧,୦୭୫ କିଲୋଗ୍ରାମ ବୋଲି ଜଣାପଡ଼ିଥିଲା।

ପରେ ଏନ୍‌ଡିପିଏସ୍ ଆଇନର ବିଧିବିଧାନ ଅନୁଯାୟୀ ଜବତ ସାମଗ୍ରୀକୁ ସିଲ୍ କରାଯାଇଥିଲା। ଏହି ଘଟଣାରେ ଆଡ଼ବା ଥାନା ମାମଲା ନଂ. ୧୯୪/୨୦୨୬, ଧାରା ୨୦(ବି)(ii)(C), ଏନ୍‌ଡିପିଏସ୍ ଆଇନ ଅନୁଯାୟୀ ମାମଲା ରୁଜୁ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?