କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୦,୭୫୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୭୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୭୩୩ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ ସର୍ବାଧିକ ୯୭୩ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ ରହିଛି। ଏହାରୁ ୯୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୮୩୨ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୬୦୬, ସମ୍ବଲପୁର ୪୯୪, ମୟୂରଭଞ୍ଜରୁ ୪୫୪, ବରଗଡ଼ରୁ ୪୦୪, ଝାରସୁଗୁଡ଼ାରୁ ୩୮୮, ନୟାଗଡ଼ ୨୨୭, ପୁରୀରୁ ୩୫୦, ନୂଆପଡ଼ାରୁ ୫୦୨ ଜଣ, ଯାଜପୁରରୁ ୨୮୧, ଜଗତସିଂହପୁରରୁ ୨୧୯, କଳାହାଣ୍ଡିରୁ ୧୨୫, ଗଞ୍ଜାମରୁ ୨୦୯, ବୌଦ୍ଧରୁ ୧୩୩, ଢେଙ୍କାନାଳରୁ ୨୮୯, ଭଦ୍ରକରୁ ୪୪୩, ବଲାଙ୍ଗୀରରୁ ୫୦୭, ସୁବର୍ଣ୍ଣପୁରରୁ ୨୪୫, କେନ୍ଦ୍ରାପଡା ୧୪୮, କେନ୍ଦୁଝରରୁ ୨୦୮, କୋରାପୁଟରୁ ୨୮୨, ରାୟଗଡା ୧୩୬, ଦେବଗଡ ୧୦୨, ଗଜପତିରୁ ୧୪୧, କନ୍ଧମାଳରୁ ୮୭, ମାଲକାନଗିରିରୁ ୧୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍‌ରୁ ୨୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୨ ହଜାର ୯୮୧କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୬ ହଜାର ୬୧ ଜଣ ଥିବା ବେଳେ ସୁସ୍ଥ ହେଲେଣି ୫ ଲକ୍ଷ ୧୪ ହଜାର ୫୩୨ ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri