ପୋଲିସ ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ: ହୋମଗାର୍ଡ ମୃତ, ଆଇଆଇସି ଗୁରୁତର

ଉଦଳା, ୩।୯(ସନ୍ତୋଷ କୁମାର ବାଛିନି): ଛାତିଥରା ଦୁର୍ଘଟଣା। ପୋଲିସ ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଧକ୍କା ପରେ ୩ ରାଉଣ୍ଡ ଓଲଟିଲା ପୋଲିସ ଗାଡି। ଗାଡି ତଳେ ଚାପି ହୋଇ ଚାଲିଗଲା ହୋମଗାର୍ଡଙ୍କ ଜୀବନ, ଆଇଆଇସି ଓ ପୋଲିସ ଡ୍ରାଇଭରଙ୍କ ଅବସ୍ଥା ସଂକଟାପନ୍ନ। ଉଦଳା ଇଣ୍ଡିଆନ ଓଏଲ ପେଟ୍ରୋଲ ପମ୍ପ ସାମ୍ନାରେ ରାଜ୍ୟ ରାଜପଥରେ ଘଟିଯାଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।
ଉଦଳା ଆଇଆଇସି ବନମାଳୀ ବାରିକ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଧରି ପାଟ୍ରୋଲିଂ ଏବଂ ଚେକିଂ କରୁଥିଲେ। ଇଣ୍ଡିଆନ ଓଏଲ ପେଟ୍ରୋଲ ପମ୍ପ ନିକଟରେ ପୋଲିସ ଗାଡି ଛିଡା କରି ବାଇକରେ ଯାଉଥିବା ଯୁବକଙ୍କ ତନଖି ନିମନ୍ତେ ଅନ୍ୟ କର୍ମଚାରୀ ଓହ୍ଲାଇଥିବା ବେଳେ ହଠାତ ବାରିପଦାରୁ କପ୍ତିପଦା ଅଭିମୁଖେ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଆସି ପୋଲିସ ଗାଡିକୁ ଦ୍ରୁତ ବେଗରେ ଧକ୍କା ଦେଇଥିଲା। କେବଳ ସେତିକି ନୁହେଁ, ଏତେ ଜୋରରେ ଧକ୍କା ଦେଇଥିଲା ଯେ ପୋଲିସ ଗାଡିଟି ୩ ରାଉଣ୍ଡ ଓଲଟି ଥିଲା ଏବଂ ତତ୍‌ପରେ ମଧ୍ୟ ୧୦୮ ଆମ୍ବୁଲାନ୍ସଟି ପୋଲିସ ଗାଡିକୁ ଘୋଷାରି ନେଇଥିଲା।
ପୋଲିସ ଗାଡି ଓଲଟିବା ଫଳରେ ଗାଡ଼ିରେ ଥିବା ଉଦଳା ଆଇଆଇସି ବନମାଳୀ ବାରିକ, ଡ୍ରାଇଭର ସଦାନନ୍ଦ ସିଂ ଗାଡି ଭିତରେ ଗୁରୁତର ହୋଇଥିଲେ। ଅନ୍ୟପଟେ ଗାଡି ଭିତରେ ଥିବା ହୋମଗାର୍ଡ ଲକ୍ଷ୍ମୀଧର ମହାନ୍ତ ପୋଲିସ ଗାଡି ତଳେ ଚାପି ହେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ ୧୦୮ ଆମ୍ବୁଲାନ୍ସର ହେଲ୍‌ପର ହେମନ୍ତ ନାଏକ, ଫାର୍ମାସିଷ୍ଟ ସତ୍ୟଜିତ ପଣ୍ଡାଙ୍କ ଅବସ୍ଥା ମଧ୍ୟ ଗୁରୁତର ହୋଇଛି। ଆମ୍ବୁଲାନ୍ସ ଡ୍ରାଇଭର ଆହତ ହୋଇଛନ୍ତି।
ଖବର ପାଇ ତୁରନ୍ତ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ପୋଲିସ ଗାଡି ଡ୍ରାଇଭର ସଦାନନ୍ଦ ଏବଂ ଆଇଆଇସି ବନମାଳୀ ବାରିକଙ୍କ ଅବସ୍ଥା ବିପଦସଙ୍କୁଳ ରହିଥିବାରୁ ସେମାନଙ୍କୁ ତୁରନ୍ତ ବାରିପଦା ସ୍ଥାନାନ୍ତର କରାଯାଇଛି।

ପୋଲିସ ଗାଡିକୁ ଦେଖିଲେ ଦୁର୍ଘଟଣା ଯେ କେତେ ଭୟଙ୍କର ଥିଲା ତାହା ସ୍ପଷ୍ଟ ବାରି ହୋଇ ପଡୁଛି। ଦୁର୍ଘଟଣାରେ ପୋଲିସ ଗାଡି ଏବଂ ୧୦୮ ଆମ୍ବୁଲାନ୍ସ ଚୂରମାର ହୋଇଯାଇଛି। ଖବର ପାଇଁ ଏସଡିପିଓ ମଧ୍ୟ ଡାକ୍ତରଖାନାରେ ପହଞ୍ଚି ପୁରା ଘଟଣା ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri