ପୋଲିସ ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ: ହୋମଗାର୍ଡ ମୃତ, ଆଇଆଇସି ଗୁରୁତର

ଉଦଳା, ୩।୯(ସନ୍ତୋଷ କୁମାର ବାଛିନି): ଛାତିଥରା ଦୁର୍ଘଟଣା। ପୋଲିସ ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଧକ୍କା ପରେ ୩ ରାଉଣ୍ଡ ଓଲଟିଲା ପୋଲିସ ଗାଡି। ଗାଡି ତଳେ ଚାପି ହୋଇ ଚାଲିଗଲା ହୋମଗାର୍ଡଙ୍କ ଜୀବନ, ଆଇଆଇସି ଓ ପୋଲିସ ଡ୍ରାଇଭରଙ୍କ ଅବସ୍ଥା ସଂକଟାପନ୍ନ। ଉଦଳା ଇଣ୍ଡିଆନ ଓଏଲ ପେଟ୍ରୋଲ ପମ୍ପ ସାମ୍ନାରେ ରାଜ୍ୟ ରାଜପଥରେ ଘଟିଯାଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।
ଉଦଳା ଆଇଆଇସି ବନମାଳୀ ବାରିକ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଧରି ପାଟ୍ରୋଲିଂ ଏବଂ ଚେକିଂ କରୁଥିଲେ। ଇଣ୍ଡିଆନ ଓଏଲ ପେଟ୍ରୋଲ ପମ୍ପ ନିକଟରେ ପୋଲିସ ଗାଡି ଛିଡା କରି ବାଇକରେ ଯାଉଥିବା ଯୁବକଙ୍କ ତନଖି ନିମନ୍ତେ ଅନ୍ୟ କର୍ମଚାରୀ ଓହ୍ଲାଇଥିବା ବେଳେ ହଠାତ ବାରିପଦାରୁ କପ୍ତିପଦା ଅଭିମୁଖେ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଆସି ପୋଲିସ ଗାଡିକୁ ଦ୍ରୁତ ବେଗରେ ଧକ୍କା ଦେଇଥିଲା। କେବଳ ସେତିକି ନୁହେଁ, ଏତେ ଜୋରରେ ଧକ୍କା ଦେଇଥିଲା ଯେ ପୋଲିସ ଗାଡିଟି ୩ ରାଉଣ୍ଡ ଓଲଟି ଥିଲା ଏବଂ ତତ୍‌ପରେ ମଧ୍ୟ ୧୦୮ ଆମ୍ବୁଲାନ୍ସଟି ପୋଲିସ ଗାଡିକୁ ଘୋଷାରି ନେଇଥିଲା।
ପୋଲିସ ଗାଡି ଓଲଟିବା ଫଳରେ ଗାଡ଼ିରେ ଥିବା ଉଦଳା ଆଇଆଇସି ବନମାଳୀ ବାରିକ, ଡ୍ରାଇଭର ସଦାନନ୍ଦ ସିଂ ଗାଡି ଭିତରେ ଗୁରୁତର ହୋଇଥିଲେ। ଅନ୍ୟପଟେ ଗାଡି ଭିତରେ ଥିବା ହୋମଗାର୍ଡ ଲକ୍ଷ୍ମୀଧର ମହାନ୍ତ ପୋଲିସ ଗାଡି ତଳେ ଚାପି ହେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ ୧୦୮ ଆମ୍ବୁଲାନ୍ସର ହେଲ୍‌ପର ହେମନ୍ତ ନାଏକ, ଫାର୍ମାସିଷ୍ଟ ସତ୍ୟଜିତ ପଣ୍ଡାଙ୍କ ଅବସ୍ଥା ମଧ୍ୟ ଗୁରୁତର ହୋଇଛି। ଆମ୍ବୁଲାନ୍ସ ଡ୍ରାଇଭର ଆହତ ହୋଇଛନ୍ତି।
ଖବର ପାଇ ତୁରନ୍ତ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ପୋଲିସ ଗାଡି ଡ୍ରାଇଭର ସଦାନନ୍ଦ ଏବଂ ଆଇଆଇସି ବନମାଳୀ ବାରିକଙ୍କ ଅବସ୍ଥା ବିପଦସଙ୍କୁଳ ରହିଥିବାରୁ ସେମାନଙ୍କୁ ତୁରନ୍ତ ବାରିପଦା ସ୍ଥାନାନ୍ତର କରାଯାଇଛି।

ପୋଲିସ ଗାଡିକୁ ଦେଖିଲେ ଦୁର୍ଘଟଣା ଯେ କେତେ ଭୟଙ୍କର ଥିଲା ତାହା ସ୍ପଷ୍ଟ ବାରି ହୋଇ ପଡୁଛି। ଦୁର୍ଘଟଣାରେ ପୋଲିସ ଗାଡି ଏବଂ ୧୦୮ ଆମ୍ବୁଲାନ୍ସ ଚୂରମାର ହୋଇଯାଇଛି। ଖବର ପାଇଁ ଏସଡିପିଓ ମଧ୍ୟ ଡାକ୍ତରଖାନାରେ ପହଞ୍ଚି ପୁରା ଘଟଣା ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?