ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ ସେବା ମିଳୁ ନଥ‌ିବାରୁ ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଥ‌ିବା ଅଭିଯୋଗ ହେଇଥିଲା । ଏ ନେଅ ଗତ ଜାନୁଆରୀ ୩୧ତାରିଖରେ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା । ତେବେ ଏହା ପରେ ୧୧ ତାରିଖ ଅର୍ଥାତ୍ ବୁଧବାର ସନ୍ଧ୍ୟାରେ କଲ୍ୟାଣସିଂହପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ନୂଆ ଆମ୍ବୁଲାନ୍ସ ଦେଖାଯାଇଛି ।

ସୂଚନାଥାଉକି, ଏଠାରେ ପୂର୍ବରୁ ୨ଟି ୧୦୮ ଆମ୍ବୁଲାନ୍ସ ଥିଲା । ଏବେ ମାସେ ହେଲାଣି ଗୋଟେ ଆମ୍ବୁଲାନ୍ସ ଅଚଳ
ହେବା ପରେ ଅନ୍ୟ ଆମ୍ବୁଲାନ୍ସ ଶିକାରପାଇରେ ରହିଥ‌ିବାରୁ ଗର୍ଭବତୀ  କିମ୍ବା ଗୁରୁତର ରୋଗୀଙ୍କୁ ଆଣିବାକୁ ହେଲେ ଶିକାରପାଇରୁ ୧୦ କି.ମି. ଦୂରରୁ କଲ୍ୟାଣସିଂପୁରରେ ପହଞ୍ଚିବା ପାଇଁ ବିଳମ୍ବ ହେଉଥିଲା। ଏବେ ନୂଆ ଆମ୍ବୁଲାନ୍ସ ଆସିଲା ରୋଗୀଙ୍କୁ ଜରୁରୀ କାଳୀନ ସେବା ଯୋଗାଇବାରେ କୌଣସି ଅସୁବିଧା ହେବା ନାହିଁ ବୋଲି ଆଶା କରା ଯାଉଛି । ନୂଆଁ ଆମ୍ବୁଲାନ୍ସ ଆସିବା ପରେ ମାଝୀଗୁଡା ଭାଜପାର ମଣ୍ଡଳ ସଭାପତି ଅନିଲ କୁମାର ଜାଡି ପ୍ରଶାସନଙ୍କୁ ଧନ୍ୟବାଦ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

ସିଦ୍ଧିବିନାୟକଙ୍କ ଆଶୀର୍ବାଦ ନେଲେ ସୂର୍ଯ୍ୟକୁମାର, ଗମ୍ଭୀର

ମୁମ୍ବାଇ,୧୪ା୩: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟି୨୦ ବିଶ୍ୱକପ୍‌ ଟ୍ରଫି ସହ ସିଦ୍ଧିବିନାୟକ ମନ୍ଦିର ଦର୍ଶନ କରିଛନ୍ତି। ଗତ…

ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌: ସେମିଫାଇନାଲରେ ପହଞ୍ଚିଲା ଚାଇନା

ପର୍ଥ,୧୪ା୩: ତାଇଓ୍ବାନକୁ ୨-୦ ଗୋଲ୍‌ରେ ପରାସ୍ତ କରି ଗତଥରର ଚାମ୍ପିୟନ ଚାଇନା ମହିଳା ଫୁଟ୍‌ବଲ୍‌ ଏସିଆ କପ୍‌ ସେମିଫାଇନାଲରେ ପ୍ରବେଶ କରିବା ସହ ୨୦୨୭ ବିଶ୍ୱକପ୍‌ ପାଇଁ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri