୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିକ୍ଷୋଭ: ରୋଗୀ ସେବା ବ୍ୟାହତ

ଛତ୍ରପୁର,୨୨।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ସମସ୍ୟାର ସମାଧାନ ନେଇ ବାରମ୍ବାର ସରକାରଙ୍କୁ ଜଣାଇବା ପରେ ଶୁଣୁନାହାନ୍ତି । ଏନେଇ ଗଞ୍ଜାମ ଜିଲାର ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିବା ସହ ସରକାରଙ୍କୁ ଦାବି ପୂରଣ କରିବାକୁ ଚେତାବନୀ ଦେଇଛନ୍ତି। ଅନ୍ୟ ରାଜ୍ୟ ତୁଳନାରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କୁ କମ୍‌ ଦରମା ଦିଆଯାଉଛି। କର୍ମକ୍ଷେତ୍ରରେ କୌଣସି ସୁରକ୍ଷା ବ୍ୟବସ୍ଥା ନାହିଁ। ଏଭଳି ୬ ଦଫା ଦାବି ନେଇ ୬ ମାସ ତଳେ କର୍ମଚାରୀମାନେ ପ୍ରଶାସନିକ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ହେଲେ ଏହାର କୌଣସି ସ୍ଥାୟୀ ସମାଧାନ ନ ହେବାରୁ ଶୁକ୍ରବାର ପୁଣି ଜିଲାର ସମସ୍ତ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ଜିଲାରେ ନିୟୋଜିତ ସମସ୍ତ ୧୦୮ ଆମ୍ବୁଲାନ୍ସ ଚାଳକ, ଆପତ୍କାଳୀନ ଭେଷଜ ବୈଷୟିକ ସହାୟକ, ପାଇଲଟ ଓ ସହାୟକମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପଦର୍ଶନ କରିବାରୁ ରୋଗୀ ସେବା ବ୍ୟାହତ ହୋଇଛି।

୨୦୧୩ରୁ ଆମ୍ବୁଲାନ୍ସ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ମାସିକ ୧୦ ହଜାରରୁ କମ୍‌ ଦରମାରେ କାମ କରୁଛନ୍ତି । ଅନ୍ୟ ରାଜ୍ୟଗୁଡିକରେ ନିୟୋଜିତ ଆମ୍ବୁଲନ୍ସ କର୍ମଚାରୀଙ୍କୁ ଅଧିକ ଦରମା ଦିଆଯିବା ସହ ଆବଶ୍ୟକ ସୁବିଧା ସୁଯୋଗ ଦିଆଯାଉଥିବା ଅଭିଯୋଗ କରିଛନ୍ତି। ଏହି ପରିପ୍ରେକ୍ଷୀରେ କର୍ମଚାରୀଙ୍କ ବାର୍ଷିକ ଦରମା ବୃଦ୍ଧି କରାଯିବା ସହ କର୍ମକ୍ଷେତ୍ରରେ ଆବଶ୍ୟକ ସୁରକ୍ଷା ପ୍ରଦାନ କରିବା ସହ ଆଇନଗତ ବ୍ୟବସ୍ଥା କରିବାକୁ ଦାବି କରାଯାଇଛି। ଏହା ସହ ଆମ୍ବୁଲାନ୍ସ କର୍ମଚାରୀଙ୍କ ମୃତ୍ୟୁରେ ଅନୁକମ୍ପାମୂଳକ ରାଶି ୨୦ଲକ୍ଷ ଟଙ୍କା, ଅକର୍ମଣ୍ୟ ହେଲେ ୧୦ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଆମ୍ବୁଲାନ୍ସ କର୍ମଚାରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri