ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ ସହରାଞ୍ଚଳର ୪୨୬ଟି ଓ୍ବାର୍ଡ ବାତ୍ୟାରେ ମଧ୍ୟ ପ୍ରଭାବିତ ହୋଇଛି।

ଏହି ବାତ୍ୟା ଯୋଗୁ ମୋଟ୍‌ ୩୫ ଲକ୍ଷ ୯୫ ହଜାର ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଥିବାବେଳେ ୮ ଲକ୍ଷ ୧୦ ହଜାର ୮୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧ ଲକ୍ଷ ୨୫ ହଜାର ୯୧ଟି ଘର କ୍ଷତିଗ୍ରସ୍ତ ହୋଇଛି। ୭୫୫ ଜଣଙ୍କୁ ପାଲ ବଣ୍ଟନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇ ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ବାତ୍ୟା ‘ଦାନା’ରେ ରାଜ୍ୟର ମୁଖ୍ୟତଃ ୩ଟି ଜିଲା ବେଶି ପ୍ରଭାବିତ ହୋଇଛନ୍ତି। ସେହି ଜିଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଉକ୍ତ ଜିଲାଗୁଡ଼ିକରେ ବିଭିନ୍ନ ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଥିଲା। ତେବେ ଅବରୋଧ ହଟାଇବା ପାଇଁ ଗଛକଟା କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ସରିଆସିଲାଣି। ବିଦ୍ୟୁତ୍‌ ସଂଯୋଗ ମଧ୍ୟ ସ୍ବାଭାବିକ ହେଉଛି। କାଲି ସୁଦ୍ଧା ସରିଯିବ।

ଭଦ୍ରକରେ ରାସ୍ତା ଅବରୋଧ ହଟିଛି, ବର୍ଷା ପାଇଁ ବିଦ୍ୟୁତ ମରାମତି ବିଳମ୍ବିତ ହୋଇଛି। ଭଦ୍ରକରେ ୭୭% ବିଦ୍ୟୁତ ମରାମତି କାମ ସରିଛି।

ସେହିପରି ବାଲେଶ୍ୱରରେ ରାସ୍ତା ଅବରୋଧ ହଟିଛି, ୮୧% ବିଦ୍ୟୁତ ମରାମତି ହୋଇଛି। ଶିମିଳିପାଳରେ ଅଧିକ ବର୍ଷା ପାଇଁ ବୁଢ଼ାବଳଙ୍ଗ ନଦୀ ବୃଦ୍ଧି ପାଇଛି। ବାଲେଶ୍ୱରର ୬ଟି ଗ୍ରାମ ପଞ୍ଚାୟତର ୨୦ ଗ୍ରାମ ପ୍ରଭାବିତ ହୋଇଛି।

ବାତ୍ୟା ଆଶ୍ରୟସ୍ଥଳକୁ ୮ ଲକ୍ଷ ୯ ହଜାର ୫୧୩ ଜଣ ଆସିଥିଲେ। ଏଥିପାଇଁ ଜିରୋ କାଜୁଆଲିଟି ସମ୍ଭବ ହେଲା। ଏବେ ଆଶ୍ରୟସ୍ଥଳୀରେ ୧ ଲକ୍ଷ ୧୦ ହଜାର ୪୭୦ ଜଣ ଅଛନ୍ତି। ପରିସ୍ଥିତି ମୁକାବିଲା ପାଇଁ ଦୁଇ ଜିଲାକୁ ଅଧିକ ପାଓ୍ବାର ବୋଟ୍‌ ଯାଇଛି। ମୟୂରଭଞ୍ଜକୁ ୧୧ ଓ ବାଲେଶ୍ୱରକୁ ଅତିରିକ୍ତ ୧୦ଟି ପାଓ୍ବାର ବୋଟ୍‌ ଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri