ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ ସହରାଞ୍ଚଳର ୪୨୬ଟି ଓ୍ବାର୍ଡ ବାତ୍ୟାରେ ମଧ୍ୟ ପ୍ରଭାବିତ ହୋଇଛି।

ଏହି ବାତ୍ୟା ଯୋଗୁ ମୋଟ୍‌ ୩୫ ଲକ୍ଷ ୯୫ ହଜାର ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଥିବାବେଳେ ୮ ଲକ୍ଷ ୧୦ ହଜାର ୮୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧ ଲକ୍ଷ ୨୫ ହଜାର ୯୧ଟି ଘର କ୍ଷତିଗ୍ରସ୍ତ ହୋଇଛି। ୭୫୫ ଜଣଙ୍କୁ ପାଲ ବଣ୍ଟନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇ ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ବାତ୍ୟା ‘ଦାନା’ରେ ରାଜ୍ୟର ମୁଖ୍ୟତଃ ୩ଟି ଜିଲା ବେଶି ପ୍ରଭାବିତ ହୋଇଛନ୍ତି। ସେହି ଜିଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଉକ୍ତ ଜିଲାଗୁଡ଼ିକରେ ବିଭିନ୍ନ ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଥିଲା। ତେବେ ଅବରୋଧ ହଟାଇବା ପାଇଁ ଗଛକଟା କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ସରିଆସିଲାଣି। ବିଦ୍ୟୁତ୍‌ ସଂଯୋଗ ମଧ୍ୟ ସ୍ବାଭାବିକ ହେଉଛି। କାଲି ସୁଦ୍ଧା ସରିଯିବ।

ଭଦ୍ରକରେ ରାସ୍ତା ଅବରୋଧ ହଟିଛି, ବର୍ଷା ପାଇଁ ବିଦ୍ୟୁତ ମରାମତି ବିଳମ୍ବିତ ହୋଇଛି। ଭଦ୍ରକରେ ୭୭% ବିଦ୍ୟୁତ ମରାମତି କାମ ସରିଛି।

ସେହିପରି ବାଲେଶ୍ୱରରେ ରାସ୍ତା ଅବରୋଧ ହଟିଛି, ୮୧% ବିଦ୍ୟୁତ ମରାମତି ହୋଇଛି। ଶିମିଳିପାଳରେ ଅଧିକ ବର୍ଷା ପାଇଁ ବୁଢ଼ାବଳଙ୍ଗ ନଦୀ ବୃଦ୍ଧି ପାଇଛି। ବାଲେଶ୍ୱରର ୬ଟି ଗ୍ରାମ ପଞ୍ଚାୟତର ୨୦ ଗ୍ରାମ ପ୍ରଭାବିତ ହୋଇଛି।

ବାତ୍ୟା ଆଶ୍ରୟସ୍ଥଳକୁ ୮ ଲକ୍ଷ ୯ ହଜାର ୫୧୩ ଜଣ ଆସିଥିଲେ। ଏଥିପାଇଁ ଜିରୋ କାଜୁଆଲିଟି ସମ୍ଭବ ହେଲା। ଏବେ ଆଶ୍ରୟସ୍ଥଳୀରେ ୧ ଲକ୍ଷ ୧୦ ହଜାର ୪୭୦ ଜଣ ଅଛନ୍ତି। ପରିସ୍ଥିତି ମୁକାବିଲା ପାଇଁ ଦୁଇ ଜିଲାକୁ ଅଧିକ ପାଓ୍ବାର ବୋଟ୍‌ ଯାଇଛି। ମୟୂରଭଞ୍ଜକୁ ୧୧ ଓ ବାଲେଶ୍ୱରକୁ ଅତିରିକ୍ତ ୧୦ଟି ପାଓ୍ବାର ବୋଟ୍‌ ଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri