Posted inଜାତୀୟ

ବୈଜ୍ଞାନିକ ଆଭିମୁଖ୍ୟ ନେଇ ଆଗକୁ ବଢୁଛି ଭାରତ: ମୋଦି

ନୂଆଦିଲ୍ଲୀ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାରତୀୟ ବିଜ୍ଞାନ କଂଗ୍ରେସକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆସନ୍ତା ୨୫ ବର୍ଷ ମଧ୍ୟରେ ଭାରତ ଯେଉଁ ଉଚ୍ଚତାରେ ରହିବ ସେଥିରେ ଭାରତର ବୈଜ୍ଞାନିକ ଶକ୍ତିର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ। ଯେବେ ଦେଶ ସେବା କରିବାର ସଂକଳ୍ପ ବିଜ୍ଞାନରେ ଥିବା ଉତ୍ସାହ ସହିତ ମିଳିତ ହୁଏ, ସେତେବେଳେ ଫଳାଫଳ ମଧ୍ୟ ଆଶ୍ଚର୍ଯ୍ୟଜନକ ଆସିଥାଏ। ବୈଜ୍ଞାନିକ ଆଭିମୁଖ୍ୟ ସହିତ ଆଜିର ଭାରତ ଆଗକୁ ବଢୁଛି, ଆମେ ମଧ୍ୟ ଏହାର ଫଳାଫଳ ଦେଖୁଛୁ। ବିଜ୍ଞାନ କ୍ଷେତ୍ରରେ ଭାରତ ଦ୍ରୁତ ଗତିରେ ବିଶ୍ୱର ଶୀର୍ଷ ଦେଶମାନଙ୍କରେ ପରିଣତ ହେଉଛି।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାଇନ୍ସ କଂଗ୍ରେସରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଷ୍ଟାର୍ଟଅପ ଦୃଷ୍ଟିରୁ ଆଜି ଆମ ଦେଶ ଭାରତ ଶ୍ରେଷ୍ଠ ୩ ଦେଶ ମଧ୍ୟରେ ଅଛି। ୨୦୧୫ ପର୍ଯ୍ୟନ୍ତ ଗ୍ଲୋବାଲ ଇନୋଭେସନ ଇଣ୍ଡେକ୍ସରେ ଭାରତ ୧୩୦ ଦେଶ ତାଲିକାରେ ୮୧ତମ ସ୍ଥାନରେ ଥିଲା, କିନ୍ତୁ ୨୦୨୨ରେ ଆମେ ୪୦ତମ ସ୍ଥାନରେ ପହଞ୍ଚିଛୁ। ଏଥର ଭାରତୀୟ ବିଜ୍ଞାନ କଂଗ୍ରେସର ବିଷୟବସ୍ତୁକୁ ବିଶ୍ୱରେ ସର୍ବାଧିକ ଆଲୋଚନା କରାଯାଉଛି। ଆଜି ଦେଶର ଚିନ୍ତାଧାରା କେବଳ ଯେ ବିଜ୍ଞାନ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରାଯିବା ଉଚିତ ନୁହେଁ, ମହିଳାମାନଙ୍କ ଅଂଶଗ୍ରହଣରେ ବିଜ୍ଞାନକୁ ମଧ୍ୟ ସଶକ୍ତ କରାଯିବା ଉଚିତ। ବିଜ୍ଞାନ ଏବଂ ଅନୁସନ୍ଧାନକୁ ଏକ ନୂତନ ପ୍ରେରଣା ଦେବା ଆମର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri