Posted inଜାତୀୟ

ଜାନୁୟାରୀ ୨୬ରୁ ଇଂଲିଶ୍‌ ସହିତ ୨୨ ଭାଷାରେ ଉନଲବ୍ଧ ହେବ ସୁପ୍ରିମକୋର୍ଟଙ୍କର ୧୦୯୧ଫଇସଲା…

ନୂଆଦିଲ୍ଲୀ,୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ସୁପ୍ରିମକୋର୍ଟ ଦେଶବାସୀଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛନ୍ତି। ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ ବୁଧବାର ଘୋଷଣା କରିଛନ୍ତି ଯେ ଜାନୁୟାରୀ ୨୬ ଠାରୁ ଇଲେକ୍ଟ୍ରୋନିକ ସୁପ୍ରିମକୋର୍ଟ ରିପୋର୍ଟ (ଇ-ଏସଆରସି) ପ୍ରକଳ୍ପ ବିଭିନ୍ନ ନିର୍ଦ୍ଧାରିତ ଭାରତୀୟ ଭାଷାରେ ସର୍ବୋଚ୍ଚ ନ୍ୟାୟାଳୟର ଫଇସଲା ଉପଲବ୍ଧ ହେବ।

ସିଜେଆଇ କହିଛନ୍ତି ଯେ କେତେକ ସ୍ଥାନୀୟ ଅନୁସୂଚିତ ଭାଷାରେ ବିଚାର କରିବା ପାଇଁ ସର୍ବୋଚ୍ଚ ଅଦାଲତ ଗୁରୁବାର ଇ-ଏସଆରସି ପ୍ରକଳ୍ପର କିଛି ଅଂଶ କାର୍ଯ୍ୟକ୍ଷମ କରିବ। ଇ-ଏସଆରସି ବ୍ୟତୀତ ସ୍ଥାନୀୟ ଭାଷାରେ ସୁପ୍ରିମକୋର୍ଟର ୧୦୯୧ ଟି ଫଇସଲା ମଧ୍ୟ ସାଧାରଣତନ୍ତ୍ର ଦିବସରେ ଉପଲବ୍ଧ ହେବ।

ସମ୍ବିଧାନର ଅଷ୍ଟମ ସୂଚୀରେ ୨୨ ଟି ଭାଷା ଅଛି। ସେଥିମଧ୍ୟରେ ଅସାମୀୟା, ବଙ୍ଗାଳୀ, ଗୁଜରାଟୀ, ହିନ୍ଦୀ, କନ୍ନଡ, କଶ୍ମୀରୀ, କୋଙ୍କଣୀ, ମାଲାୟାଲମ, ମଣିପୁରୀ, ମରାଠୀ, ନେପାଳୀ, ଓଡିଆ, ପଞ୍ଜାବୀ, ସଂସ୍କୃତ, ସିନ୍ଧି, ତାମିଲ, ତେଲୁଗୁ, ଉର୍ଦ୍ଦୁ, ବୋଡୋ, ସାନ୍ତାଳି, ମୈଥିଳି ଏବଂ ଡୋଗରି ଭାଷାରେ ଫଇସଲା ଉପଲବ୍ଧ ହେବ। ସର୍ବୋଚ୍ଚ ଅଦାଲତର ଫଇସଲା ଏହାର ୱେବସାଇଟ, ମୋବାଇଲ ଆପ ଏବଂ ନ୍ୟାଶନାଲ ଜୁଡିସିଆଲ ଡାଟା ଗ୍ରୀଡ (ଏନଜେଡିଜି) ପୋର୍ଟାଲରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri