ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ ଆଣିଛନ୍ତି । ସେ ୫୦୦ ମାର୍କରୁ ୪୯୬ ଯାହାକି ୯୯.୨ ପ୍ରତିଶତ ମାର୍କ ରଖି ଗଞ୍ଜାମ ଜିଲା ଟପ୍ପର ହୋଇଛନ୍ତି । ଏହାସହ ରାଜ୍ୟରେ ସମସ୍ତ ଓଏଭି ବିଦ୍ୟାଳୟର ଓଡ଼ିଶାରେ ୩ୟ ସ୍ଥାନରେ ରହିଛନ୍ତି। ଏହି ଅବସରରେ ତାଙ୍କୁ  ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ସମ୍ବର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରିବା ସହ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ।
ପୂର୍ବ ବର୍ଷ ଅପେକ୍ଷା ଜିଲାରେ ଚଳିତ ବର୍ଷ ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ଭଳ ହୋଇଥିବା ଜିଲାପାଳ କହିଥିଲେ । ଅଂଶୁମାନ ଆଗାମି ଦିନରେ ଆଇଆଇଟି ପଢିବା ପାଇଁ ଆଶା ରଖିଛନ୍ତି । କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି ସେ ଗଞ୍ଜାମ ଜିଲା ପାଇଁ ଗୈାରବ ଆଣିପାରିଛନ୍ତି ବୋଲି ଜଲାପାଳ କହିଥିଲେ । ମୋର ସଫଳତା ପଛରେ ବାପା,ମା ଓ ବିଦ୍ୟାଳୟ ଶିକ୍ଷକ ପାଇଁ ହୋଇପାରିଛି ।  ଗଞ୍ଜାମ ଜିଲାପାଳଙ୍କ ଠାରୁ ସମ୍ବର୍ଦ୍ଧନା ପାଇବା ପରେ ବହୁତ ଖୁସି ଲାଗୁଛି ବୋଲି କହିବା ସହ ଯୁକ୍ତ ୨ ପରେ ଆଇଆଇଟିରେ ପଢିବାକୁ ଲକ୍ଷ୍ୟ ରଖିଥିବା ଅଂଶୁମାନ କହିଥିଲେ । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲା ଶିକ୍ଷାଧିକାରୀ  ଅଜୟ କୁମାର ପାତ୍ର,   ଜିଲାଅନୁସୂଚିତ ଜାତି / ଜନ ଜାତି ସଂଯୋଜକ  ସରୋଜ ମୋହନ ପାଳ,  ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସପାଲ ଆଶିଷ ମିଶ୍ର ଓ ଅଂଶୁମାନଙ୍କ ବାପା ପ୍ରଫୁଲ କୁମାର ପଣ୍ଡା ଉପସ୍ଥିତଥିଲେ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri