Odisha 10th Exam: ପରୀକ୍ଷା ଦେଇ ଫେରିବା ପରେ ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ଚିତ୍ରକୋଣ୍ଡା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଦଶମ ଶ୍ରେଣୀର ଛାତ୍ରୀ ଜଣକ ସୋମବାର ସକାଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ତେବେ ସନ୍ଧ୍ୟା ସମୟରେ ସ୍କୁଲ ହଷ୍ଟେଲରୁ ଝିଅଙ୍କ ବାପାଙ୍କୁ ଫୋନ୍‌ ଯାଇଥିଲା ଝିଅ ହଷ୍ଟେଲରେ ନାହିଁ। ସ୍କୁଲରେ ଝିଅଙ୍କ ମା-ବାପା ପହଞ୍ଚିବା ପରେ ହଷ୍ଟେଲରେ ଛାତ୍ରୀ ଜଣକ ଏକ ଶିଶୁ ଜନ୍ମ ଦେଇଥିବା ଜାଣିବାକୁ ପାଇଥିଲେ। ତେବେ ସ୍କୁଲ ଚାରି କାନ୍ଥ ଭିତରେ ଏତେ ବଡ଼ ଘଟଣା କିପରି ଘଟିଲା ତାକୁ ନେଇ ଏବେ ମା-ବାପା ଚିନ୍ତା ପ୍ରକଟ କରିବା ସହ ଏଥିପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ଚିତ୍ରକୋଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲକୁ ଆଣି ଅଧିକ ଚିକିତ୍ସା ଯୋଗାଇ ତଦନ୍ତ ଆରମ୍ଭ କରିଛ। ପ୍ରଧାନଶିକ୍ଷକଙ୍କୁ ଏ ସମ୍ବନ୍ଧରେ ପଚାରିବାରୁ, ସେ ଓ୍ବାଡେନ ଓ ଏଏନ୍‌ଏମ୍‌ଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri