Posted inଜାତୀୟ

ଦଶମ ଶ୍ରେଣୀ ଛାତ୍ରୀ ଶୌଚାଳୟରେ କଲେ ପ୍ରସବ, ପେଟ କାଟିବାରୁ ପହଞ୍ଚିଥିଲେ ହସ୍ପିଟାଲ, ତଦନ୍ତ ଜାରି…

ଲକ୍ଷ୍ନୌ,୧୪।୧୧ : ୟୁପିର ହାଥରସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଦଶମ ଶ୍ରେଣୀର ଛାତ୍ରୀ ମା‘ ହୋଇଛନ୍ତି। ପେଟ କାଟିବା ହେଉଥିବା ଅଭିଯୋଗ କରି ସେ ଜିଲା ଡାକ୍ତରଖାନାର ଜରୁରୀକାଳୀନ ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ। ତେବେ ପରିସ୍ରା ଯାଇ ଡାକ୍ତରଖାନାର ଶୌଚାଳୟରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଏହା ଦେଖି ତାଙ୍କ ପରିବାର ସଦସ୍ୟ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। ନବଜାତ ଶିଶୁ କନ୍ୟାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ପୋଲିସ ପକ୍ଷରୁ ନାବାଳିକା କିପରି ଗର୍ଭବତୀ ହେଲେ ତାହାର ତଦନ୍ତ ଜାରି ରହିଛି।

କୋଟୱାଲୀ ହାଥରସ ଗେଟ ଅଞ୍ଚଳର ମଥୁରା ଜନପଦୀ ରାୟା ପୋଲିସ ଷ୍ଟେଶନ ଅଞ୍ଚଳରେ ଥିବା ତାଙ୍କ ମାମୁ ଘରେ ରହି ପାଠ ପାଠ ପଢୁଛନ୍ତି। ସେ ଦଶମ ଶ୍ରେଣୀରେ ଏକ ପ୍ରାଇଭେଟ ସ୍କୁଲରେ ଅଧ୍ୟୟନ କରୁଛନ୍ତି। ତାଙ୍କ ମାମୁ ଘର ନିକଟରେ ରହୁଥିବା ଜଣେ ବ୍ୟକ୍ତିଙ୍କ ସହ ତାଙ୍କର ଶାରୀରିକ ସମ୍ପର୍କ ଥିଲା ବୋଲି କୁହାଯାଉଛି। ଝିଇଟିର କହିବାନୁସାରେ, ସେ ଗର୍ଭବତୀ ଥିବା ମଧ୍ୟ ଜାଣି ପାରି ନ ଥିଲେ। ଝିଇ ଜଣକ କହିଛି ସେ ଯକୃତ ରୋଗରେ ପୀଡିତ ଏବଂ ଘରେ ଚିକିତ୍ସିତ ହେଉଛନ୍ତି। ଯେଉଁଥିପାଇଁ ତାଙ୍କ ଶରୀର ଫୁଲି ଯାଇଥିଲା। ସେ ପ୍ରାୟ ୪ ଦିନ ପୂର୍ବରୁ ତାଙ୍କ ମାମୁ ଘରୁ ନିଜ ଗାଁକୁ ଆସିଥିଲେ। ଯେଉଁଠାରେ ତାଙ୍କ ସ୍ବାସ୍ଥ୍ୟ ହଠାତ ଖରାପ ହୋଇଯାଇଥିଲା। ଏହା ଉପରେ ପରିବାର ସଦସ୍ୟ ତାଙ୍କୁ ଜିଲା ଡାକ୍ତରଖାନାର ଜରୁରୀକାଳୀନ ଓ୍ବାର୍ଡକୁ ନେଇ ଯାଇଥିଲେ ଏବଂ ସେଠାରେ ତାଙ୍କ ପେଟରେ ଯନ୍ତ୍ରଣା ହେଉଥିବାର ଜଣାଇଥିଲେ।

ସିଏମଏସ ଡାକ୍ତର ଶୈଲି ସିଂ କହିଛନ୍ତି ଅବିବାହିତା ଝିଅ ଜିଲା ଡାକ୍ତରଖାନାର ଶୌଚାଳୟରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛି। ଏହି ଘଟଣାର ଖବର ଉଚ୍ଚ ପଦାଧିକାରୀଙ୍କୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri