କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ଛାତ୍ରୀଙ୍କ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇ ନ୍ୟାୟ ଭିକ୍ଷା କରିଛନ୍ତି। ଛାତ୍ରୀଙ୍କ ସାନବାପା ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ତାଙ୍କ ୧୬ ବର୍ଷୀୟା ଝିଆରୀ ବୁଧବାର ଅପରାହ୍ନରେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି।

ରାୟଗଡ଼ା ଜିଲା କାଶୀପୁର ଥାନା ମାଇକଞ୍ଚ ଗ୍ରାମର ନୀଳଧର ନାଏକ ନାମକ ଯୁବକ ବିବାହ ପ୍ରଲୋଭନ ଦେଖାଇ ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ସନ୍ତାନ ଜନ୍ମ ପରେ ଛାତ୍ରୀଙ୍କୁ ସାଙ୍ଗରେ ତାଙ୍କ ଘରକୁ ନେବା ଲାଗି କୁହାଯାଇଥିଲେ ମଧ୍ୟ ନୀଳଧର ଏଥିରେ ରାଜି ହୋଇ ନ ଥିଲେ। ବର୍ତ୍ତମାନ ଝିଅର ଭବିଷ୍ୟତ ନେଇ ପରିବାର ଚିନ୍ତିତ। ତାଙ୍କୁ ନ୍ୟାୟ ଦେବାକୁ ସେମାନେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୭୨/୨୪) ରୁଜୁକରି ତଦନ୍ତ ଆରମ୍ଭ କରିଛି।

ଏହି ସମ୍ପର୍କରେ ତଦନ୍ତକାରୀ ଅଧିକାରୀ ରଶ୍ମି ରଞ୍ଜନ ବାଗଙ୍କୁ ପଚାରିବାରୁ ସେ କହିଥିଲେ, ଅଭିଯୁକ୍ତ ନିଳଧରଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ଶୁକ୍ରବାର ପୀଡ଼ିତାଙ୍କ ମେଡିକାଲ ପରୀକ୍ଷା ପରେ ପୋକ୍ସୋ କୋର୍ଟରେ ମାଜିଷ୍ଟ୍ରେଟଙ୍କ ଆଗରେ ବୟାନ ନିଆଯିବ ଏବଂ ତଦନୁସାରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ତଦନ୍ତକାରୀ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ନାବାଳିକା ଛାତ୍ରୀ ଓ ତାଙ୍କ ଶିଶୁକନ୍ୟାକୁ ସରକାରଙ୍କ ତରଫରୁ ଥଇଥାନ କରିବା ପାଇଁ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri