ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ସିନିୟର ଛାତ୍ରଙ୍କ ଦାଦାଗିରି ଓ ରାଗିଂର ଏକ ସାଙ୍ଘାତିକ ଚିତ୍ର ସାମ୍ନାକୁ ଆସିଛି। ଉକ୍ତ ବିଦ୍ୟାଳୟ ହଷ୍ଟେଲରେ ଗତ ଶନିବାର ଓ ରବିବାର ଦଶମ ଶ୍ରେଣୀର କେତେଜଣ ଛାତ୍ର ନଡ଼ିଆ ବାହୁଙ୍ଗା, ବାଡ଼ି ସାହାଯ୍ୟରେ ୯ମ ଓ ୮ମ ଶ୍ରେଣୀର ପ୍ରାୟ ୩୦ଛାତ୍ରଙ୍କୁ ଅମାନୁଷିକ ଭାବେ ନିସ୍ତୁକ ମାଡ଼ ମାରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଘଟଣା ସମ୍ପର୍କରେ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ଡମ୍ବରୁଧର ତ୍ରିପାଠୀ କହିଛନ୍ତି, ଘଟଣା ସାମ୍ନାକୁ ଆସିବା ପରେ ମାଡ଼ ମାରିଥିବା ଅଭିଯୁକ୍ତ ଛାତ୍ରମାନଙ୍କୁ ହଷ୍ଟେଲରୁ ବହିଷ୍କାର କରାଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରତାପ ସାଉନ୍ତା ଏ ନେଇ ଚାନ୍ଦିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁକରି ଘଟଣାର ଅଧିକ ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଜିଲା ମଙ୍ଗଳ ଅଧିକାରୀ ଅସୀମା ରାଓଙ୍କ ନିର୍ଦ୍ଦେଶ କ୍ରମେ କୋଲନରା ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦେବାଶିଷ ମୁଣ୍ଡ ମଙ୍ଗଳବାର ବିଦ୍ୟାଳୟକୁ ଯାଇ ତଦନ୍ତ କରିଛନ୍ତି।
ପୀଡ଼ିତ ଛାତ୍ରମାନଙ୍କ କହିବା ଅନୁଯାୟୀ, ଶନିବାର ସେମାନେ କ୍ରିକେଟ ଖେଳୁଥିବା ସମୟରେ ସ୍କୁଲରେ ସଫେଇ କାର୍ଯ୍ୟ ପାଇଁ ଘଣ୍ଟି ବାଜିଥିଲା। ଖେଳରେ ବ୍ୟସ୍ତ ଥିବାରୁ ସେମାନେ ସଫେଇ କାର୍ଯ୍ୟ ପାଇଁ ଯାଇପାରି ନ ଥିଲେ। ଏହାକୁ ନେଇ ରୋଲ କଲ୍‌ରେ ଉପସ୍ଥିତ ନ ହେବା କାରଣ ଦର୍ଶାଇ ୧୦ମ ଶ୍ରେଣୀର କେତେଜଣ ଛାତ୍ର ନବମ ଓ ଅଷ୍ଟମ ଶ୍ରେଣୀର ପିଲାଙ୍କୁ ଡାକି ନିସ୍ତୁକ ମାଡ଼ ମାରିଥିଲେ। ଏହି ବିଷୟରେ କାହାକୁ କିଛି ନ କହିବା ପାଇଁ ମଧ୍ୟ ଧମକ ଦିଆଯାଇଥିଲା। ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହେବା ପରେ ମଙ୍ଗଳବାର ଏହି ଘଟଣା ସାମ୍ନାକୁ ଆସିଛି। ତେବେ ସ୍କୁଲ ପରିସରରେ ହଷ୍ଟେଲ ରହିଥିଲେ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷ କିମ୍ବା ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ୨ ଦିନ ପର୍ଯ୍ୟନ୍ତ କିପରି ଘଟଣା ସମ୍ପର୍କରେ କିଛି ଜାଣିପାରିଲେ ନାହିଁ ସେ ନେଇ ପ୍ରଶ୍ନ ଉଠିଛି। ଅନ୍ୟପକ୍ଷେ ସ୍କୁଲ ପରିସରରେ ମୋବାଇଲ ବ୍ୟବହାର ମନା ଥିବା ବେଳେ ହଷ୍ଟେଲକୁ ମୋବାଇଲ ଆସିଲା କିପରି ଏବଂ ଶିକ୍ଷକଙ୍କ ଅଜାଣତରେ ଏତେ ବଡ଼ ଘଟଣା କିପରି ଘଟିଲା ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ଡମ୍ବରୁଧର ତ୍ରିପାଠୀ କହିଛନ୍ତି, ନିୟମିତ କାଉନସେଲିଂ ସତ୍ତ୍ୱେ ଭୟଭୀତ ହୋଇ ପିଲାମାନେ ପୂର୍ବରୁ କିଛି କହି ନ ଥିଲେ। ସୂଚନାଯୋଗ୍ୟ, ବିଷମ କଟକ ସରକାରୀ ଉଚ୍ଚବିଦ୍ୟାଳୟରେ ଗତ ଶୁକ୍ରବାର ୨ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ୩ ଛାତ୍ର ଆହତ ହୋଇଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?