ସପ୍ତମ ଶ୍ରେଣୀ ୪ ପିଲାଙ୍କୁ ପିଟିଲେ ଦଶମ ଛାତ୍ର: ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୦।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗର ଏକ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ୪ଜଣ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଶ୍ରେଣୀ ଛାତ୍ର ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅନ୍ୟପକ୍ଷେ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରାବାସରୁ ଦଶମ ଶ୍ରେଣୀର ୪ ଛାତ୍ରଙ୍କୁ ଏକ ସ୍ବତନ୍ତ୍ର ଟିମ୍‌ ମାଧ୍ୟମରେ ସେମାନଙ୍କ ଗ୍ରାମକୁ ପଠାଇ ଦେଇଛନ୍ତି। ଅନ୍ୟପକ୍ଷରେ ମାଡ଼ ଖାଇଥିବା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମାନସିକ ଅବସ୍ଥା ଭଲ ନ ଥିବାରୁ ସେମାନଙ୍କ ଅଭିଭାବକ କିଛିଦିନ ପାଇଁ ପିଲାଙ୍କୁ ଘରକୁ ନେଇଯାଇଛନ୍ତି।

ଭାଇରାଲ ହେଉଥିବା ଭିଡିଓ ଗତ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଛୁଟି ଦିନର ବୋଲି ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି। ଭିଡିଓରେ ସପ୍ତମ ଶ୍ରେଣୀର ୪ ଛାତ୍ରଙ୍କୁ ଦଶମ ଶ୍ରେଣୀର ୨ଜଣ ଛାତ୍ର ଅମାନୁଷିକ ଭାବେ ମାଡ଼ ମାରୁଥିବା ବେଳେ ଆଉ ୨ ଛାତ୍ର ଏହାର ମଜା ଉଠାଇବା ସହ ସହପାଠୀଙ୍କୁ ସହଯୋଗ କରୁଥିବା ଦେଖାଯାଉଛି।

ଏନେଇ ପ୍ରଧାନ ଶିକ୍ଷକ ଝୁନୁରାଣୀ ପ୍ରଧାନଙ୍କୁ ପଚାରିବାରୁ ହଷ୍ଟେଲରେ ପିଲାଙ୍କୁ ଦେବାପାଇଁ ବିସ୍କୁଟ ରଖାଯାଇଥିଲା। ସେଥିରୁ ଦଶମ ଶ୍ରେଣୀର କେତେକ ଛାତ୍ର କିଛି ବିସ୍କୁଟକୁ ଲୁଚାଇ ନେଉଥିବା କୁଆଡ଼େ ସପ୍ତମ ଶ୍ରେଣୀ ଛାତ୍ର ଦେଖିଥିଲେ। ଏ ସମ୍ପର୍କରେ କାହାରିକୁ ନ କହିବା ପାଇଁ ସେମାନଙ୍କୁ ଧମକ ଦେଇଥିଲେ। ହେଲେ ମଙ୍ଗଳବାର ପ୍ରଥମେ ଦିନରେ ହଷ୍ଟେଲ ଛାତ ଉପରେ ଓ ରାତିରେ ହଷ୍ଟେଲ ରୁମ୍‌ରେ ସପ୍ତମ ଶ୍ରେଣୀର ୪ ଛାତ୍ରଙ୍କୁ ମାଡ଼ମାରି ତାହାର ଭିଡିଓ କରାଯାଇଛି। ତେବେ ହଷ୍ଟେଲରେ ମୋବାଇଲ ଫୋନ କଟକଣା କରାଯାଇଥିବା ବେଳେ କିଭଳି ଭିଡିଓ କରାଗଲା ଏବଂ କେବଳ କିଛି ପ୍ୟାକେଟ ବିସ୍କୁଟ ପାଇଁ ମାଡ଼ ମରାଯାଇଛି ନା ଅନ୍ୟ କିଛି କାରଣ ଅଛି, ସେ ସମ୍ପର୍କରେ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରାଙ୍କୁ ପଚାରିବାରେ ତାଙ୍କ ନିକଟରେ ଏଭଳି କୌଣସି ସୂଚନା ନ ଥିବା କହିବା ସହ ଅଭିଯୋଗ ଆସିଲେ ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri