ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରେମୁଣା ହାଇସ୍କୁଲରେ।

ଆହୁରି ପଢ଼ନ୍ତୁ…ଛାତ୍ର ନିକଟରୁ ମିଳିଲା ବନ୍ଧୁକ
ଶନିବାର ଗୁରୁତର ଛାତ୍ରଙ୍କୁ ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ଛାତ୍ର ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri –Odisha’s No.1 Trusted Odia Daily

Share