ଆଜିଠୁ ଦଶମ ସମେଟିଭ-୧

କଟକ ଅଫିସ, ୫ା୧: ଦଶମ ଶ୍ରେଣୀ ସମେଟିଭ ଆସେସ୍‌ମେଣ୍ଟ-୧ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେଉଛି। ଚଳିତବର୍ଷ ୩୦୯୩ କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ପରୀକ୍ଷା ହେବ। ପ୍ରଥମ ୩ ଦିନ ଦୁଇଟି ସିଟିଂରେ ଥିଓରି ପରୀକ୍ଷା ଓ ଶେଷଦିନ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏ ନେଇ ମଙ୍ଗଳବାର ବୋର୍ଡ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ପରୀକ୍ଷା ପାଇଁ ୩୧୧ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି। ବୁଧବାର ସକାଳ ସାଢେ ୮ଟାରେ ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରଗୁଡିକରେ ପହଞ୍ଚିବ। କପି ରୋକିବା ପାଇଁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ମାନଙ୍କ ପକ୍ଷରୁ ମୋଟ୍‌ ୭୨ ସ୍କ୍ବାଡ୍‌ ଓ ବୋର୍ଡ ପକ୍ଷରୁ ୪୦ ସେଣ୍ଟ୍ରାଲ ସ୍କ୍ବାଡ୍‌ ଗଠନ କରାଯାଇଛି। ଏହା ବ୍ୟତୀତ ନିଜ ଜିଲାରେ ପରୀକ୍ଷାକୁ ସୁବନ୍ଦୋବସ୍ତ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଆବଶ୍ୟକ ପଡେ ତେବେ ଅଧିକ ସ୍କ୍ବାଡ୍‌ ବ୍ୟବସ୍ଥା କରାଯିବ ବୋଲି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପରୀକ୍ଷାକେନ୍ଦ୍ରକୁ ସାନିଟାଇଜ କରାଯାଇଛି। ସାମାଜିକ ଦୂରତା ଓ ମାସ୍କ ପରିଧାନ ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ଶ୍ରେଣୀଗୃହରେ ସର୍ବାଧିକ ୨୪ ଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେବା ପାଇଁ ନିଷ୍ପତ୍ତି ହୋଇଛି। ପରୀକ୍ଷା କେନ୍ଦ୍ରଗୁଡିକୁ ମୋବାଇଲ ନେବାକୁ ମନା କରାଯାଇଛି। ପରୀକ୍ଷା କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟମାନେ ମଧ୍ୟ ପରୀକ୍ଷା ହଲକୁ ଯିବା ପୂର୍ବରୁ ନିଜ ମୋବାଇଲକୁ ଲକରରେ ରଖି ଯିବା ପାଇଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri