ଆଜିଠୁ ଦଶମ ସମେଟିଭ-୧

କଟକ ଅଫିସ, ୫ା୧: ଦଶମ ଶ୍ରେଣୀ ସମେଟିଭ ଆସେସ୍‌ମେଣ୍ଟ-୧ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେଉଛି। ଚଳିତବର୍ଷ ୩୦୯୩ କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ପରୀକ୍ଷା ହେବ। ପ୍ରଥମ ୩ ଦିନ ଦୁଇଟି ସିଟିଂରେ ଥିଓରି ପରୀକ୍ଷା ଓ ଶେଷଦିନ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏ ନେଇ ମଙ୍ଗଳବାର ବୋର୍ଡ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ପରୀକ୍ଷା ପାଇଁ ୩୧୧ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି। ବୁଧବାର ସକାଳ ସାଢେ ୮ଟାରେ ନୋଡାଲ ସେଣ୍ଟରରୁ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରଗୁଡିକରେ ପହଞ୍ଚିବ। କପି ରୋକିବା ପାଇଁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ମାନଙ୍କ ପକ୍ଷରୁ ମୋଟ୍‌ ୭୨ ସ୍କ୍ବାଡ୍‌ ଓ ବୋର୍ଡ ପକ୍ଷରୁ ୪୦ ସେଣ୍ଟ୍ରାଲ ସ୍କ୍ବାଡ୍‌ ଗଠନ କରାଯାଇଛି। ଏହା ବ୍ୟତୀତ ନିଜ ଜିଲାରେ ପରୀକ୍ଷାକୁ ସୁବନ୍ଦୋବସ୍ତ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଆବଶ୍ୟକ ପଡେ ତେବେ ଅଧିକ ସ୍କ୍ବାଡ୍‌ ବ୍ୟବସ୍ଥା କରାଯିବ ବୋଲି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପରୀକ୍ଷାକେନ୍ଦ୍ରକୁ ସାନିଟାଇଜ କରାଯାଇଛି। ସାମାଜିକ ଦୂରତା ଓ ମାସ୍କ ପରିଧାନ ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ଶ୍ରେଣୀଗୃହରେ ସର୍ବାଧିକ ୨୪ ଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେବା ପାଇଁ ନିଷ୍ପତ୍ତି ହୋଇଛି। ପରୀକ୍ଷା କେନ୍ଦ୍ରଗୁଡିକୁ ମୋବାଇଲ ନେବାକୁ ମନା କରାଯାଇଛି। ପରୀକ୍ଷା କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟମାନେ ମଧ୍ୟ ପରୀକ୍ଷା ହଲକୁ ଯିବା ପୂର୍ବରୁ ନିଜ ମୋବାଇଲକୁ ଲକରରେ ରଖି ଯିବା ପାଇଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri