ଓପିଏଚ୍‌ଡବ୍ଲ୍ୟୁସି ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କ ୧୧.୩୫ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୨ା୬(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରତାପ, ତାଙ୍କ ସ୍ତ୍ରୀ ସସ୍ମିତା ଏବଂ ପୁଅ ପ୍ରୀତମଙ୍କ ନାମରେ ଥିବା ୧୧.୩୫ କୋଟିର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ଇଡି ଆଟାଚ୍‌ କରିଛି। ପ୍ରିଭେନ୍‌ଶନ ଅଫ୍‌ ମନି ଲଣ୍ଡ୍ରିଂ ଆକ୍ଟ ୨୦୦୨ (ପିଏମ୍‌ଏଲ୍‌ଏ) ଆଧାରରେ ଇଡି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରତାପ ତାଙ୍କ ଚାକିରି କାଳରେ ଦୁର୍ନୀତି କରି ଏହି ସମ୍ପତ୍ତି ହାତେଇଥିଲେ ବୋଲି ଇଡି ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭିଜିଲାନ୍ସର ୧୦ଟି ଟିମ୍‌ ୨୦୨୧ ନଭେମ୍ବର ୯ରେ ପ୍ରତାପଙ୍କ ଭୁବନେଶ୍ୱରସ୍ଥିତ ଓପିଏଚ୍‌ଡବ୍ଲ୍ୟୁସି କାର୍ଯ୍ୟାଳୟ, ନୟାପଲ୍ଲୀ ଆଇଆର୍‌ସି ଭିଲେଜରେ ସେ ରହୁଥିବା ଆପାର୍ଟମେଣ୍ଟ ଓ ବାଲେଶ୍ୱର ସିମୁଳିଆସ୍ଥିତ ପୈତୃକ ଘର ସମେତ ୯ ସ୍ଥାନରେ ଚଢ଼ାଉ କରିଥିଲା। ଏହି ସମୟରେ ପ୍ରତାପଙ୍କ ସମେତ ସ୍ତ୍ରୀ ଓ ପୁଅଙ୍କ ନାମରେ ଅମାପ ସମ୍ପତ୍ତି ଥିବା ଜଣାପଡ଼ିଥିଲା। ଭଦ୍ରକ ବାସୁଦେବପୁରରେ ୫ଟି ପ୍ଲଟ ସହ ଗୋଟିଏ ୩ ମହଲା କୋଠା, ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣାରେ ୩.୮୯ କୋଟିର ୫ ମହଲା କୋଠା, ଆଇଆର୍‌ସି ଭିଲେଜରେ ୪ ମହଲା କୋଠା ସହ ମୋଟ ୨୭ଟି ସ୍ଥାବର ସମ୍ପତ୍ତି ଓ ନଗଦ ୩୮.୧୨ ଲକ୍ଷ ସମେତ ଅନ୍ୟାନ୍ୟ ଅସ୍ଥାବର ସମ୍ପତ୍ତି ମିଳିଥିଲା। ଏପରିକି ଚଢ଼ାଉ ସମୟରେ ପ୍ରତାପ ୨୦ ଲକ୍ଷ ଟଙ୍କା ଛାତ ଉପରୁ ତଳକୁ ଫୋପାଡ଼ି ଦେଇଥିଲେ। ଯାଞ୍ଚ ପରେ ପ୍ରତାପ ଓ ତାଙ୍କ ପରିବାର ସଦସ୍ୟଙ୍କ ପାଖରୁ ମୋଟ ୧୪.୮୭ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଭିଜିଲାନ୍ସ ଠାବ କରିଥିଲା। ଏହା ପ୍ରତାପଙ୍କ ପ୍ରକୃତ ଆୟଠାରୁ ୧୦୨୧% ଅଧିକ ବୋଲି ଭିଜିଲାନ୍ସ ସୂଚନା ଦେଇଥିଲା। ଏନେଇ ଭିଜିଲାନ୍ସ ଏକ ମାମଲା ରୁଜୁ କରି ପ୍ରତାପଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। କିଛିଦିନ ପରେ ରାଜ୍ୟ ସରକାର ପ୍ରତାପଙ୍କୁ ତାଙ୍କ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିଲେ। ତେବେ ଭିଜିଲାନ୍ସ ରୁଜୁ କରିଥିବା ଏଫ୍‌ଆଇଆର୍‌ ଆଧାରରେ ଇଡି ବେଆଇନ ଅର୍ଥ କାରବାର ଦିଗକୁ ନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?