୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର, ୧୮।୧୨(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ଥଣ୍ଡା ବଢୁଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୧ ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। କନ୍ଧମାଳ ଜିଲାରେ ଥଣ୍ଡାର ସର୍ବାଧିକ ପ୍ରଭାବ ଅନୁଭୂତ ହୋଇଛି। ଗତ ୨୪ ଘଣ୍ଟାରେ ୮ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିିଛି। ସେହିପରି ସୁନ୍ଦରଗଡ଼ ଜିଲା କିରେଇରେ ତାପମାତ୍ରା ୮.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। କନ୍ଧମାଳ ଜିଲାର ଜି. ଉଦୟଗିରିରେ ୮.୬, ସୁନ୍ଦରଗଡ଼ ଜିଲାର ରାଉରକେଲାରେ ୮.୮, ଅନୁଗୋଳରେ ୯, ଭଦ୍ରକ ଜିଲା ରାଣୀତାଲରେ ୯.୪, ସୁନ୍ଦରଗଡ଼ ଓ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିରେ ୯.୫, କେନ୍ଦୁଝର ଓ କୋରାପୁଟରେ ୯.୬ ଏବଂ ଝାରସୁଗୁଡ଼ାରେ ୯.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୧୧, ସମ୍ବଲପୁର ୧୨.୬, ହୀରାକୁଦ ୧୩.୧, ତାଳଚେର ୧୨.୪, ଭବାନୀପାଟଣା ୧୧, ବଲାଙ୍ଗୀର ୧୨, ସୋନପୁରରେ ୧୦.୯, ବୌଦ୍ଧରେ ୧୨.୫, ଭଦ୍ରକରେ ୧୨.୭, ଢେଙ୍କାନାଳରେ ୧୨.୨, ବରଗଡ଼ ୧୩.୬, ନବରଙ୍ଗପୁର ୧୨.୫, ଜଗତ୍‌ସିଂହପୁରରେ ୧୩.୨ ଓ କେନ୍ଦ୍ରାପଡ଼ାରେ ୧୨.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି କଟକର ସର୍ବନିମ୍ନ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ପାରଦ ୧୩.୫ ଡିଗ୍ରୀ ସେଲସିୟସ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri