ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୭୨୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ୩ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।