ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍‌ ମହାମାରୀ ପରିପ୍ରେକ୍ଷୀରେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଚାହିଦାରେ ବଡ଼ ଧରଣର ହ୍ରାସ ଘଟିଥିବାରୁ ଏହା ଦୁଗ୍ଧଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି।...

ଆଗକୁ ସ୍ଥିତି ଆହୁରି ସୁଧୁରିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ...

ଦୁର୍ଗାପୂଜା ପାଇଁ ୫ଦିନ ଟ୍ରାଫିକ କଟକଣା : ଅପରାହ୍ନ ୪ରୁ ରାତି ୨ଟା ସହରକୁ ଭାରିଯାନ ମନା

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଦୁର୍ଗାପୂଜା ପାଇଁ ସହରର ରାସ୍ତା ଓ ମଣ୍ଡପ ନିକଟରେ ପ୍ରବଳ ଗହଳି ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା କରାଯାଇଛି।...

୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି...

ମା’କେ ଝୁରି ହେଉଛନ୍‌ ଶିବାନନ୍ଦ: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଲୋଇସିଂହା, ୨୮ା୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛେଲବାହାଲ ଗଁାର ପ୍ରେମାନନ୍ଦ ଦନ୍ତା(୪୫)କଁର ମାଏକିନା ଲବଙ୍ଗକଁର ମାସେ ତଲେ ମୁର୍‌ତୁ ହେଇଛେ। ଏନ୍‌ତାଥି ତାକର...

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ହାବେଳିପଡ଼ିଆରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ପ୍ରାୟ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ସହ ସିଦ୍ଧାର୍ଥ ନାୟକ (୨୩) ନାମକ ଜଣେ...

ଖୋଳ ତାଳର ବାଜିଗର ନୟନ

ତେଲକୋଇ, ୧।୧୦(ଡି.ଏନ.ଏ.)-କଳା ସମର୍ପିତ ହୋଇଛନ୍ତି କଳାକାର ବାଜିଗର। ଅପହଞ୍ଚ ଅଞ୍ଚଳରେ ତାଙ୍କର ବେଶ ଆଦୃତ ତାଙ୍କ କଳାକୁ ନେଇ। ଛୋଟ ବୟସରୁ ଏହି କଳାକୁ ନେଇ...

ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍‌...

Advertisement
Archives

Model This Week