ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ୧ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି। ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ୍‌ ମହାମାରୀର ପ୍ରଭାବ କମ୍‌ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା’ମାନଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା’ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍ଧର ବହୁତ ବଡ ଭୂମିକା ରହିଛି । ତେଣୁ ଦୁଗ୍ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ ଆହୁରି ଉନ୍ନତି କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ୫-ଟି ଏବଂ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର। ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀସମ୍ପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ ବରଗଡ଼, ନବରଙ୍ଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ବରଗଡ଼ରୁ ସତ୍ୟବତୀ ସାହୁ, ନବରଙ୍ଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ଦୁଗ୍ଧ ଚାଷ ପାଇଁ ଅନେକ ପ୍ରକାର ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିୟମ, ମିନେରାଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି। ଦୁଗ୍ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମତ୍ସ୍ୟ ଓ ପଶୁସମ୍ପଦ ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ ଓମ୍‌ଫେଡ୍‌ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍ଧ ଉତ୍ପାଦନ କରୁଛନ୍ତି। ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri