ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ୧ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି। ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ୍‌ ମହାମାରୀର ପ୍ରଭାବ କମ୍‌ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା’ମାନଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା’ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍ଧର ବହୁତ ବଡ ଭୂମିକା ରହିଛି । ତେଣୁ ଦୁଗ୍ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ ଆହୁରି ଉନ୍ନତି କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ୫-ଟି ଏବଂ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର। ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀସମ୍ପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ ବରଗଡ଼, ନବରଙ୍ଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ବରଗଡ଼ରୁ ସତ୍ୟବତୀ ସାହୁ, ନବରଙ୍ଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ଦୁଗ୍ଧ ଚାଷ ପାଇଁ ଅନେକ ପ୍ରକାର ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିୟମ, ମିନେରାଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି। ଦୁଗ୍ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମତ୍ସ୍ୟ ଓ ପଶୁସମ୍ପଦ ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ ଓମ୍‌ଫେଡ୍‌ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍ଧ ଉତ୍ପାଦନ କରୁଛନ୍ତି। ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?