ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୧୦ା୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ ଜଣକର ମୃତ୍ୟୁ ହୋଇଛି। ସେ ହେଲେ ହଳଦୀକୁଣ୍ଡ ଗ୍ରାମର ମାସା ମାଡ଼କାମି। ଅନ୍ୟପକ୍ଷରେ କ୍ବାକ୍‌ଙ୍କ ଦ୍ବାରା ଚିକିତ୍ସିତ ହେଉଥିବା ବେଳେ ରୋଗୀ ମଧ୍ୟ ମୃତ୍ୟୁ ମୁଖରେ ପଡ଼ିଛନ୍ତି। ଶୁକ୍ରବାର ସମ୍ପୃୃକ୍ତ କ୍ବାକ୍‌ଙ୍କୁ ଗିରଫ କରି ମାଥିଲି ପୋଲିସ କୋର୍ଟଚାଲାଣ କରିଛି। ସମ୍ପୃକ୍ତ କ୍ୱାକ୍‌ ଜଣକ ହେଲେ ସାଲିମି ଗ୍ରାମର ନରେନ୍ଦ୍ର ମାଦ୍ରି। ମାଦ୍ରିଙ୍କ ବିରୋଧରେ ମାଥିଲି ସ୍ବାସ୍ଥ୍ୟ ଅଧିକାରୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତାଙ୍କ ନାମରେ ୧୮୨/୨୨ରେ ମାମଲା ରୁଜୁ ହୋଇଥିଲା। ଖବରରୁ ଜଣାପଡିଛି, ଗତ କିଛିଦିନ ହେବ ହଳଦୀକୁଣ୍ତରେ ଅଜଣା ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଏହି ରୋଗରେ ଆକ୍ରାନ୍ତ ହେଲେ ଲୋକଙ୍କ ହାତଗୋଡ଼ ଫୁଲିବା ସହ ଜ୍ୱରରେ ହଠାତ୍‌ ଲୋକଙ୍କ ମୃତ୍ୟୁ ହେଉଛି। ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନା ନ ଯାଇ ଗୁଣିଆ କିମ୍ବା କ୍ବାକ୍‌ଙ୍କ ଆଶ୍ରୟ ନେଉଛନ୍ତି। ଏହା ଜଣାପଡିବା ପରେ ଡାକ୍ତର ଅମିୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ହଳଦୀକୁଣ୍ତ ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ୧୫ଜଣଙ୍କୁ ମେଡିକାଲ ଆସିବାକୁ ପରାମର୍ଶ ଦେଇଥିଲେ। ତେବେ ଡାକ୍ତରଖାନାକୁ ଭରସା ନ କରି ମାତ୍ର ୪ ଜଣ ରୋଗୀ ଡାକ୍ତରଖାନା ଆସି ଭର୍ତ୍ତି ହୋଇଛନ୍ତି। ଗିରଫ କ୍ୱାକ୍‌ ମାଦ୍ରିଙ୍କୁ କୋର୍ଟଚାଲାଣ କରାଯାଇଥିବା ଆଇଆଇସି ସୂର୍ଯ୍ୟପ୍ରକାଶ ନାୟକ କହିଛନ୍ତି। ସୂଚନାଯୋଗ୍ୟ, ଗିରଫ କ୍ବାକ୍‌ ଜଣକ ପୂର୍ବରୁ ଡ୍ରାଇଭର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?