ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ: ଛାତ୍ର-ଶିକ୍ଷକଙ୍କ ସମେତ ୧୧ମୃତ

ଢାକା,୩୦।୭: ବାଂଲାଦେଶରୁ ଏକ ଭୟଙ୍କର ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଏଠାରେ ଉଚ୍ଚଶିକ୍ଷା ଏବଂ ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଏକ ଦଳ ସେମାନଙ୍କ ଶିକ୍ଷକମାନଙ୍କ ସହିତ ଟୁର୍‌ରେ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଟ୍ରେନ୍‌ ସହ ମାଇକ୍ରୋବସ୍‌ର ଧକ୍କା ହୋଇଛି। ଯେଉଁଥିରେ ୪ଜଣ ଶିକ୍ଷକଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ବାକି ୭ଜଣ ଗୁରୁତର ଥିବା ବେଳେ ଜୀବନ ସହ ସଂଗ୍ରାମ କରୁଥିବା ଜଣାପଡ଼ିଛି। ଏହି ଘଟଣା ଚଟୋଗ୍ରାମର ମିରସରାୟ ଉପ-ଜିଲାରେ ଘଟିଛି। ସୂଚନା ମୁତାବକ, ଦୁର୍ଘଟଣା ଘଟିବା ସମୟରେ ରେଲଓ୍ବେ କ୍ରସିଂର ଫାଟକ ଖୋଲାଥିଲା। ଏଥିଯୋଗୁ ବସ୍‌ ଚାଳକ ରାସ୍ତା ପାର କରିଥିଲେ। ହେଲେ ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରେନ୍‌ ସେହି ମାଇକ୍ରୋବସ୍‌କୁ ଧକ୍କା ଦେଇଥିଲା। ଏହି ଘଟଣାରେ ମାଇକ୍ରୋବସ୍‌ ଟ୍ରେନ୍‌ର ଇଞ୍ଜିନ ସହିତ ପ୍ରାୟ ଏକ କିଲୋମିଟର ପର୍ଯ୍ୟନ୍ତ ଟାଣି ହୋଇଯାଇଥିଲା। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ରେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଲୋକଙ୍କୁ ଚିହ୍ନଟ କରାଯାଇଛି। ମୃତବ୍ୟକ୍ତି ହେଲେ ହାଥଜରୀ ଉପଜା ଅମନ ବଜାର ଅଞ୍ଚଳରେ ଥିବା କୋଚିଂ ସେଣ୍ଟରର ଛାତ୍ର ଏବଂ ଶିକ୍ଷକ। ସେମାନେ ସମସ୍ତେ ଓ୍ବାଟରଫଲ୍‌ ଦେଖିବାକୁ ଯାଇଥିଲେ ବୋଲି ସୂଚନା ମିଳିଛି। ଅନ୍ୟପଟେ ରେଳ ବିଭାଗର ଅଧିକାରୀମାନେ ଏହି ଘଟଣାର ଯାଞ୍ଚ ପାଇଁ ରେଳ ବିଭାଗର ବିଭାଗୀୟ ପରିବହନ ଅଧିକାରୀ ଅନ୍‌ସାର ଅଲ୍ଲୀଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ସଦସ୍ୟ କମିଟି ଗଠନ କରିଛନ୍ତି। ରେଲଓ୍ବେର ଜେନେରାଲ ମ୍ୟାନେଜର ଜାହାଙ୍ଗୀର ହୁସେନ ଏହି ଘଟଣାର ଯାଞ୍ଚ କରି କମିଟିକୁ ଶୀଘ୍ର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?