ଭେଙ୍କୁଭରରେ କାର୍‌ ମଡ଼ାଇ ୧୧ ଜଣଙ୍କୁ ହତ୍ୟା

ଭେଙ୍କୁଭର,୨୮ା୪: କାନାଡାର ବ୍ରିଟିଶ୍‌ କଲମ୍ବିଆସ୍ଥିତ ଭେଙ୍କୁଭରରେ ଶନିବାର ଲାପୁ-ଲାପୁ ଷ୍ଟ୍ରିଟ୍‌ ଫେଷ୍ଟିଭାଲ ବେଳେ ଭିଡ଼ ଉପରକୁ ଜଣେ ବ୍ୟକ୍ତି ଦ୍ରୁତଗତିରେ କାର୍‌ ଚଢ଼ାଇ ଦେଇଛନ୍ତି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ୩୦ ବର୍ଷୀୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ତେବେ ଏହା ଆତଙ୍କବାଦୀ କାର୍ଯ୍ୟ ନୁହେଁ ବୋଲି ପୋଲିସ ସ୍ପଷ୍ଟ କରିଛି।
ଭେଙ୍କୁଭରରେ ଶନିବାର ସ୍ଥାନୀୟ ସମୟ ରାତି ୮ଟା ୧୪ରେ ଫିଲିଫିନୋ ସମ୍ପ୍ରଦାୟର ଲୋକେ ଲାପୁ-ଲାପୁ ଉତ୍ସବ ପାଳୁଥିବାବେଳେ ଇ୪୩ତମ ଆଭେନ୍ୟୁ ଏବଂ ଫ୍ରାସର ଷ୍ଟ୍ରିଟ୍‌ରେ ଏକ କଳାରଙ୍ଗର ଏସ୍‌ୟୁଭି ହଠାତ୍‌ ମାଡ଼ିଆସିଥିଲା। ଭିଡ଼ ଉପରେ କାର୍‌ ଚଢ଼ିଯିବାରୁ ଚାହୁଁଚାହୁଁ ୯ ଜଣଙ୍କ ଜୀବନ ଚାଲିଗଲା। ଆହତ ହୋଇଥିବା ଅନୂ୍ୟନ ୨୦ ଜଣଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପୂର୍ବରୁ ଲୋକେ କାର୍‌ ଚାଳକଙ୍କୁ କାବୁ କରିଥିଲେ। ପୋଲିସ ତାଙ୍କୁ ପୂର୍ବରୁ ଜାଣିଥିବା କହିଛି। କାନାଡାରେ ସାଧାରଣ ନିର୍ବାଚନକୁ ୨ ଦିନ ବାକି ଥିବାବେଳେ ଏହା ପୂର୍ବରୁ ଏଭଳି ଘଟଣା ଘଟିଛି। କାନାଡା ପ୍ରଧାନମନ୍ତ୍ରୀ ମାର୍କ କେନି ଘଟଣାର ନିନ୍ଦା କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ଆହତଙ୍କ ଆଶୁ ଅରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri