ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ କରି ଭାରିଯାନ ଯାତାୟାତ କରିପାରିବା ଭଳି ନିର୍ମାଣ ଉଦ୍ଦେଶ୍ୟରେ ୨୦୨୨ରେ ଭଙ୍ଗାଯାଇଥିଲା। ଏହାପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନୂତନ ପୋଲ ନିର୍ମାଣ କରିବା ଲାଗି ୨କୋଟି ୪୫ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଥିଲ। ପ୍ରସ୍ତାବ ମଞ୍ଜୁରି ନିମନ୍ତେ ସରକାରଙ୍କ ନିକଟରେ ଦାଖଲ କରାଯାଇଥିଲା। ଏହା ମଞ୍ଜୁରି ପାଇବା ପରେ ଗତ ମାର୍ଚ୍ଚ ପ୍ରଥମ ସପ୍ତାହରେ ବିଧାୟକ ଶିଳାନ୍ୟାସ କରିଥିଲେ। ଇତିମଧ୍ୟରେ ଦେଢ଼ ମାସ ଅତିକ୍ରାନ୍ତ କରିଥିଲେ ବି ପୋଲ ନିର୍ମାଣର ନା ଗନ୍ଧ ନାହିଁ।
ଏହି ରାସ୍ତା ଉପରେ ବଡ଼ଙ୍ଗ, ପରିଆଙ୍ଗ, ପାନପଲ୍ଲି, ମାଲିପୁରା ଓ ସମାଗୋଳ ଆଦି ଗ୍ରାମର ୧୦ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭରଶୀଳ। ମାତ୍ର ନୂତନ ପୋଲ ନିର୍ମାଣ ହେଉ ନ ଥିବାରୁ ସେମାନେ ଅସନ୍ତୋଷବ୍ୟକ୍ତ କରିଛନ୍ତି। ବିଳମ୍ବ ସମ୍ପର୍କରେ କୁଜଙ୍ଗ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୁଦ୍ଧନାଥ ସିଂଙ୍କୁ ପଚାରିବାରେ,୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ନିର୍ମାଣ କାର୍ଯ୍ୟରେ ବାଧକ ସାଜିଛି ବୋଲି କହିଥିଲେ। ବିଭାଗ ପକ୍ଷରୁ ପୋଲ ସିଧାରୁ ଖୁଣ୍ଟ ହଟାଇବା ପାଇଁ ବିଦ୍ୟୁତ୍‌ ବିଭାଗକୁ ଚିଠି କରାଯାଇଛି।
ମାତ୍ର ବିଦୁତ୍‌ ବିଭାଗ ପକ୍ଷରୁ ଖୁଣ୍ଟ ଘୁଞ୍ଚାଇବାକୁ ପଦକ୍ଷେପ ନିଆଯାଉ ନ ଥିବାରୁ ପୋଲ ନିର୍ମାଣ କାର୍ଯ୍ୟ ଅଟକିଛି ବୋଲି ସେ କହିଥିଲେ। ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଅମରେନ୍ଦ୍ର ନନ୍ଦଙ୍କ ଦୃଷ୍ଟି ଆକର୍ଷଣ କରିବାରେ ଖୁଣ୍ଟ ସ୍ଥାନାନ୍ତର ପାଇଁ ୮ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏନେଇ ବ୍ୟୟ ଅଟକଳ କରାଯାଇ ଗ୍ରାମ ଉନ୍ନୟନ ବିଭାଗକୁ ଦିଆଯିବା ସହ ଉକ୍ତ ପରିମାଣର ଅର୍ଥ ପୈଠ କରିବା ପାଇଁ କୁହାଯାଇଛି। ହେଲେ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ଏହି ଅର୍ଥ ପୈଠ କରାଯାଇ ନଥିବାରୁ ଉକ୍ତ ଖୁଣ୍ଟ ସ୍ଥାନାନ୍ତର ହୋଇପାରୁନାହିଁ ବୋଲି କହିଥିଲେ। ଏଭଳି ଭାବେ ଉଭୟ ବିଭାଗ ପରସ୍ପରକୁ ଦୋଷାରୋପ କରୁଥିବାବେଳେ ସାଧାରଣ ଲୋକେ ହନ୍ତସନ୍ତ ହେଉଛନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏହି ରାସ୍ତା ଦେଇ ଚାଷୀମାନେ କୁଜଙ୍ଗ ଓ ପାରାଦୀପ ବଜାର ସମେତ ବାହାରକୁ ପରିବା ପଠାଇଥାନ୍ତି। ବହୁ ଛାତୀଛାତ୍ର ମଧ୍ୟ ଏହି ରାସ୍ତା ଦେଇ ଯାତୟାତ କରିଥାନ୍ତି। ପୋଲ ଭଙ୍ଗା ଯିବା ପରେ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯାତାୟାତ ଲାଗି କରାଯାଇଥିବା ଅସ୍ଥାୟୀ ଶୋଠ ରାସ୍ତାରେ ବର୍ଷାଦିନେ ଅଧିକ ସମସ୍ୟା ହୋଇଥାଏ। ଆଉ ଦୁଇମାସ ପରେ ବର୍ଷା ଋତୁ ଆସିବା। ଯଦି ଭୀଷଣ ବର୍ଷା ହେବ ଅସ୍ଥାୟୀ ଶୋଠ ରାସ୍ତା ଧୋଇ ଯିବାର ଆଶଙ୍କା ରହିଛି। ଏଥିପ୍ରତି ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ ପୋଲ ନିର୍ମାଣ କରିବାକୁ ସାମାଜିକ କର୍ମୀ ସୁଦର୍ଶନ ବାରିକ, ରାମଚନ୍ଦ୍ର ଭୋଳ, ପ୍ରମୋଦ ପରିଡ଼ା ଓ ଅଜୟ ଭୋଳ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?