୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି ପଡିବାରୁ ଧାନ ପୁଞ୍ଜି (ଗଦା) ଜଳିଯାଇଛି । ୪ ଜଣ ଚାଷୀଙ୍କର ୩ ଲକ୍ଷ ରୁ ଉର୍ଦ୍ଧ ଟଙ୍କା କ୍ଷତି ହୋଇଥିବା ନେଇ ଆକଳନ କରାଯାଉଛି ।

ତାଳପଦା ଗ୍ରାମର ଶମ୍ବୁନାଥ ବାରିକ, ସୁଶାନ୍ତ ଦାସ, ପିତାମ୍ବର ବାରିକ, ଯଦୁନାଥ ମଳିକଙ୍କ ବିଲ ଉପର ଦେଇ ଇଲେଭେନ କେଭି ବିଦ୍ୟୁତ ତାର ଟଣାଯାଇଥିଲା । ଦୀର୍ଘଦିନ ହୋଇଯାଇଥିଲେ ସୁଦ୍ଧା ତାର ମରାମତି କିମ୍ବା ବଦଳା ଯାଇ ନାହିଁ। ଯାହା ଫଳରେ କି କମଜୋର ହୋଇପଡିଥିବା ତାର ଶୁକ୍ରବାର ବିଳମ୍ବିତ ରାତିରେ ପବନ ହେବା ଯୋଗୁଁ ଧାନଗଦାରେ ପଡିଯାଇଥିଲା । ଫଳରେ ଗ୍ରାମର ୪ ଜଣ ଚାଷୀଙ୍କ ୫ ଏକର ଜମିରେ ଥିବା ଧାନ କଳେଇ ସବୁ ନିଆଁ ଲାଗି ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ୩ ଲକ୍ଷରୁ ଉର୍ଦ୍ଧ ଟଙ୍କାର ଧାନ କ୍ଷୟ କ୍ଷତି ହୋଇଛି ।

ସକାଳେ ଲୋକମାନେ ଦେଖି ନଷ୍ଟ ହୋଇଥିବା ଚାଷୀଙ୍କୁ ଖବର ଦେଇଥିଲେ। ସମ୍ପୃକ୍ତ ଚାଷୀ ବିଲରେ ପହଁଛି ଦମକଳକୁ ଖବର ଦେଇଥିଲେ। ଖବର ପାଇଁ ଷଠୀ ସ୍ଥିତ ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଛି ଅବଶିଷ୍ଟ ନିଆଁକୁ ଆୟତ କରିଥିଲେ। ବିଦ୍ୟୁତ ବିଭାଗର ଖାମଖିଆଲି ନୀତି ଯୋଗୁଁ ଆଜି ୪ଜଣ ଚାଷୀଙ୍କ ସର୍ବସ୍ୱ ନଷ୍ଟ ହୋଇଯାଇ ଥିବା ଲୋକମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?