୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ଜାତୀୟ ମାନବାଧିକାର କମିଶନ। କଳାହାଣ୍ଡି ଜିଲା  ଥୁଆମୂଳ ରାମପୁର ବ୍ଲକ୍ ମାଲିଗାଁ ପଞ୍ଚାୟତ ଅନ୍ତର୍ଗତ ଡି. ଚେପଟାଘାଟ ଗ୍ରାମରେ ଘଟିଥିବା ଏହି ଦୁଃଖଦ ଦୁର୍ଘଟଣାରେ କମିଶନ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ, କଳାହାଣ୍ଡି ଜିଲାପାଳ ଏବଂ ଜିଲା ପୋଲିସ ଅଧୀକ୍ଷକଙ୍କୁ ନୋଟିସ ଜାରି କରି ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ୨୦୨୫ ଅକ୍ଟୋବର ୧୫ ତାରିଖ (ବୁଧବାର) ଅପରାହ୍ନ ପ୍ରାୟ ୨ଟା ସମୟରେ ଡି. ଚେପଟାଘାଟ ଗ୍ରାମର କୁମ ଝୋଡ଼ିଆଙ୍କ ସ୍ତ୍ରୀ ଗୁରୁବାରୀ ଝୋଡ଼ିଆ (୪୫) ନିଜ ବାଡ଼ିରେ ଥିବା ଅମୃତଭଣ୍ଡା ଗଛରୁ ବାଡ଼ି ସାହାଯ୍ୟରେ ଅମୃତଭଣ୍ଡା ତୋଳୁଥିଲେ। ଏହି ସମୟରେ ଅଜାଣତରେ ସେଠାରେ ଅତ୍ୟନ୍ତ କମ୍ ଉଚ୍ଚତାରେ ଝୁଲୁଥିବା ଅସୁରକ୍ଷିତ ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ଘଟଣାସ୍ଥଳରେ ହିଁ ଅଚେତ ହୋଇ ପଡ଼ିଥିଲେ। ପରିବାର ଲୋକେ ଓ ପଡ଼ୋଶୀଙ୍କ ସହାୟତାରେ ତାଙ୍କୁ ତୁରନ୍ତ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲେ ହେଁ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଥୁଆମୂଳ ରାମପୁର ଥାନାରେ ଏକ ମାମଲା (ନଂ- ୮/୨୦୨୫) ରୁଜୁ କରାଯାଇଥିଲା। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଗ୍ରାମ ଓ ଜନବସତି ନିକଟରେ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ୍ ତାରଗୁଡ଼ିକ ବିପଜ୍ଜନକ ଭାବେ ଝୁଲି ରହିଥିବା ନେଇ ପୂର୍ବରୁ ବାରମ୍ବାର ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାର କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। ନିୟମାନୁସାରେ ଜନବସତି ଅଞ୍ଚଳରେ ଇନ୍ସୁଲେଟେଡ୍ ତାର ଲଗାଇବା କଥା, ମାତ୍ର ବିଭାଗ ଏହାକୁ ସମ୍ପୂର୍ଣ୍ଣ ଅଣଦେଖା କରିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଏହି ଚରମ ଅବହେଳା ଯୋଗୁଁ ନିରୀହ ଗୁରୁବାରୀଙ୍କ ପ୍ରାଣ ଚାଲିଗଲା, ଯାହା ସ୍ପଷ୍ଟ ଭାବେ ମାନବାଧିକାରର ଉଲ୍ଲଂଘନ ଅଟେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଦିଲ୍ଲୀପ କୁମାର ଦାସ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। ସେ ପୀଡ଼ିତ ପରିବାରକୁ ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ସହ ଅବହେଳା ପ୍ରଦର୍ଶନ କରିଥିବା ସମ୍ପୃକ୍ତ ବିଦ୍ୟୁତ୍ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଫୌଜଦାରୀ ମକଦ୍ଦମା ଚଳାଇବାକୁ ଦାବି କରିଥିଲେ। ମାନବାଧିକାର ସୁରକ୍ଷା ଆଇନ୍, ୧୯୯୩ର ଧାରା-୧୨ ଅନୁଯାୟୀ କମିଶନଙ୍କ ସଦସ୍ୟ ଶ୍ରୀଯୁକ୍ତ ପ୍ରିୟଙ୍କ କାନୁନଗୋଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲା କେଶ୍ ନମ୍ବର ୧୯୮୧/୧୮/୨୦୨୫ର ଶୁଣାଣି କରିଛନ୍ତି। ଶୁଣାଣି ପରେ କମିଶନଙ୍କ ପକ୍ଷରୁ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ, କଳାହାଣ୍ଡି ଜିଲ୍ଲାପାଳ ଏବଂ ଏସ.ପି.ଙ୍କୁ ନୋଟିସ ପଠାଯାଇ ୪ ସପ୍ତାହ ମଧ୍ୟରେ ସମ୍ପୂର୍ଣ୍ଣ ତଦନ୍ତ ରିପୋର୍ଟ ଓ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ବାବଦରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri