ବରଗଡ଼ ଅଫିସ୍,୧୦।୧: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଦାଦନ ସମସ୍ୟା ଲାଗି ରହିଛି। ଏହି ଉପଖଣ୍ଡ ଜଗଦଲପୁର ଥାନା ଘେଁସରା ଗ୍ରାମର ୭ଜଣ ଶ୍ରମିକ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରେ ଜଣେ ଇଟାଭାଟି ମାଲିକଙ୍କ ପାଖରେ ବନ୍ଧା ପଡ଼ିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଶ୍ରମିକଙ୍କ ସମ୍ପର୍କୀୟ ଦିନବନ୍ଧୁ ମୁଆଁନି ସୋମବାର ଏ ନେଇ ଜିଲାପାଳଙ୍କୁ ଫେରାଦ ହୋଇ ବନ୍ଧା ପଡ଼ିଥିବା ଶ୍ରମିକଙ୍କୁ ଉଦ୍ଧାର ପାଇଁ ନିବେଦନ କରିଛନ୍ତି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କୁ ସେ ଭେଟିଥିଲେ। ପରେ ଦିନବନ୍ଧୁ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ଘଟଣା ସମ୍ପର୍କରେ ଅବଗତ କରିଥିଲେ ।
ପ୍ରକାଶ ଯେ, ଗତ ୪ ମାସ ତଳେ ଜଣେ ଦାଦନ ସର୍ଦ୍ଦାର ଘେଁସରା ଗ୍ରାମକୁ ଆସିଥିଲେ। ଏବଂ ମୋଟାଅଙ୍କର ପାରିଶ୍ରମିକ ଲୋଭ ଦେଖାଇ ତେଲଙ୍ଗାନାକୁ ଇଟା ଗଢ଼ିବା ପାଇଁ ଯିବାକୁ କହିଥିଲେ। ତାଙ୍କ ପ୍ରଲୋଭନରେ ପଡ଼ି ଗ୍ରାମର ଶଙ୍କର ମୁଆଁନି(୩୩), ବିଳାସିନୀ ମୁଆଁନି(୩୦), ଘନଶ୍ୟାମ ମୁଆନି(୨୮), ପିଙ୍କି ମୁଆନି(୨୩), ପରମେଶ୍ୱର ବାରିକ(୪୦), ତପସ୍ବିନୀ ବାରିକ(୩୮) ଏବଂ ପୂର୍ଣ୍ଣିମା ନନ୍ଦ(୩୦) ସେମାନଙ୍କ ୪ଶିଶୁଙ୍କୁ ଧରି ତେଲଙ୍ଗାନା ରାଜ୍ୟ ନିଜାମବାଦ ଜିଲା ଧରପଲ୍ଲୀ ଥାନା ରମାଗୁଡ଼ା ଯାଇଥିଲେ। ଶ୍ରମିକମାନେ ସେଠାକାର ଏକ ଇଟାଭାଟିରେ ନିୟୋଜିତ ହୋଇ କାମ କରିଥିଲେ। ମାତ୍ର ଇଟାଭାଟି ମାଲିକ ସେମାନଙ୍କୁ ପାରିଶ୍ରମିକ ବଦଳରେ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ସେମାନଙ୍କୁ ନେଇଥିବା ଦାଦନ ସର୍ଦ୍ଦାର ଆଉ ଧରାଛୁଆଁ ଦେଉ ନ ଥିବା ଅଭିଯୋଗ ହୋଇଛି। ଏଭଳିସ୍ଥଳେ ବନ୍ଧା ପଡ଼ିଥିବା ଶ୍ରମିକ ଏବଂ ଶିଶୁଙ୍କୁ ସେଠାରୁ ଉଦ୍ଧାର କରିବା ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଦିନବନ୍ଧୁ ନିବେଦନ କରିଛନ୍ତି।
Posted inHome Left, ଆମ ଜିଲା ଖବର, ବରଗଡ଼ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
Archives

