ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୧୦।୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ ଜଣକର ମୃତ୍ୟୁ ହୋଇଛି। ସେ ହେଲେ ହଳଦୀକୁଣ୍ଡ ଗ୍ରାମର ମାସା ମାଡ଼କାମି। ଅନ୍ୟପକ୍ଷରେ କ୍ବାକ୍‌ଙ୍କ ଦ୍ବାରା ଚିକିତ୍ସିତ ହେଉଥିବା ବେଳେ ରୋଗୀ ମଧ୍ୟ ମୃତ୍ୟୁ ମୁଖରେ ପଡ଼ିଛନ୍ତି। ଶୁକ୍ରବାର ସମ୍ପୃୃକ୍ତ କ୍ବାକ୍‌ଙ୍କୁ ଗିରଫ କରି ମାଥିଲି ପୋଲିସ କୋର୍ଟଚାଲାଣ କରିଛି। ସମ୍ପୃକ୍ତ କ୍ୱାକ୍‌ ଜଣକ ହେଲେ ସାଲିମି ଗ୍ରାମର ନରେନ୍ଦ୍ର ମାଦ୍ରି। ମାଦ୍ରିଙ୍କ ବିରୋଧରେ ମାଥିଲି ସ୍ବାସ୍ଥ୍ୟ ଅଧିକାରୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତାଙ୍କ ନାମରେ ୧୮୨/୨୨ରେ ମାମଲା ରୁଜୁ ହୋଇଥିଲା। ଖବରରୁ ଜଣାପଡିଛି, ଗତ କିଛିଦିନ ହେବ ହଳଦୀକୁଣ୍ତରେ ଅଜଣା ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଏହି ରୋଗରେ ଆକ୍ରାନ୍ତ ହେଲେ ଲୋକଙ୍କ ହାତଗୋଡ଼ ଫୁଲିବା ସହ ଜ୍ୱରରେ ହଠାତ୍‌ ଲୋକଙ୍କ ମୃତ୍ୟୁ ହେଉଛି। ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନା ନ ଯାଇ ଗୁଣିଆ କିମ୍ବା କ୍ବାକ୍‌ଙ୍କ ଆଶ୍ରୟ ନେଉଛନ୍ତି। ଏହା ଜଣାପଡିବା ପରେ ଡାକ୍ତର ଅମିୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ହଳଦୀକୁଣ୍ତ ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ୧୫ଜଣଙ୍କୁ ମେଡିକାଲ ଆସିବାକୁ ପରାମର୍ଶ ଦେଇଥିଲେ। ତେବେ ଡାକ୍ତରଖାନାକୁ ଭରସା ନ କରି ମାତ୍ର ୪ ଜଣ ରୋଗୀ ଡାକ୍ତରଖାନା ଆସି ଭର୍ତ୍ତି ହୋଇଛନ୍ତି। ଗିରଫ କ୍ୱାକ୍‌ ମାଦ୍ରିଙ୍କୁ କୋର୍ଟଚାଲାଣ କରାଯାଇଥିବା ଆଇଆଇସି ସୂର୍ଯ୍ୟପ୍ରକାଶ ନାୟକ କହିଛନ୍ତି। ସୂଚନାଯୋଗ୍ୟ, ଗିରଫ କ୍ବାକ୍‌ ଜଣକ ପୂର୍ବରୁ ଡ୍ରାଇଭର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଧା ହେଲେ ନିଶା ନିବାରଣ କେନ୍ଦ୍ର ମାଲିକ

ବାରିପଦା ଅଫିସ,୫ା୯:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପ୍ରତିଜ୍ଞା ନିଶା ନିବାରଣ କେନ୍ଦ୍ରର ମୁଖ୍ୟ ଅବନୀ ପତିଙ୍କୁ ଟାଉନ ପୋଲିସ ପୁଣି ଥରେ ଗିରଫ କରି ରବିବାର କୋର୍ଟ...

ଚିକିତ୍ସା ଅବହେଳାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକ

ବାଲେଶ୍ୱର ଅଫିସ,୧୩।୧୦: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ...

ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା

ନୀଳଗିରି, ୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍‌ ଟ୍ରିପ୍‌ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ...

ପ୍ରବାସୀଙ୍କୁ ଅଧାବାଟରେ ଛାଡି ଚାଲିଗଲା ବସ୍‌

ଜୁନାଗଡ଼,୧୮।୫(ଡି.ଏନ୍‌.ଏ.): ଚେନ୍ନାଇରେ ଫସି ରହିଥିବା କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୧ ଜଣ ଓ ଜୁନାଗଡ଼ ବ୍ଲକର ଜଣେ ପ୍ରବାସୀ ସୋମବାର ଏକ ବସ୍‌ ଭଡା...

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ...

କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ...

ସବୁ ହୋଟେଲରେ ସିସିଟିଭି ବାଧ୍ୟତାମୂଳକ

ପୁରୀ ଅଫିସ,୩୧।୫:ଚଳିତ ବର୍ଷର ରଥଯାତ୍ରା ପାଇଁ ସୋମବାର ପୁରୀ ହୋଟେଲ ମାଲିକ ସଂଘ ସହ ପୋଲିସ ପ୍ରଶାସନର ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ପୋଲିସ...

ବଜ୍ରପାତରେ ୨ ଗୁରୁତର

ଚମ୍ପୁଆ,୨୮ା୫ (ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ପତଳା ଗ୍ରାମରେ ଗୁରୁବାର ସକାଳେ ବଜ୍ରପାତରେ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାର୍ବତୀ ପାତ୍ର ଓ...

Advertisement
Archives

Model This Week