ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୧୦।୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ ଜଣକର ମୃତ୍ୟୁ ହୋଇଛି। ସେ ହେଲେ ହଳଦୀକୁଣ୍ଡ ଗ୍ରାମର ମାସା ମାଡ଼କାମି। ଅନ୍ୟପକ୍ଷରେ କ୍ବାକ୍‌ଙ୍କ ଦ୍ବାରା ଚିକିତ୍ସିତ ହେଉଥିବା ବେଳେ ରୋଗୀ ମଧ୍ୟ ମୃତ୍ୟୁ ମୁଖରେ ପଡ଼ିଛନ୍ତି। ଶୁକ୍ରବାର ସମ୍ପୃୃକ୍ତ କ୍ବାକ୍‌ଙ୍କୁ ଗିରଫ କରି ମାଥିଲି ପୋଲିସ କୋର୍ଟଚାଲାଣ କରିଛି। ସମ୍ପୃକ୍ତ କ୍ୱାକ୍‌ ଜଣକ ହେଲେ ସାଲିମି ଗ୍ରାମର ନରେନ୍ଦ୍ର ମାଦ୍ରି। ମାଦ୍ରିଙ୍କ ବିରୋଧରେ ମାଥିଲି ସ୍ବାସ୍ଥ୍ୟ ଅଧିକାରୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତାଙ୍କ ନାମରେ ୧୮୨/୨୨ରେ ମାମଲା ରୁଜୁ ହୋଇଥିଲା। ଖବରରୁ ଜଣାପଡିଛି, ଗତ କିଛିଦିନ ହେବ ହଳଦୀକୁଣ୍ତରେ ଅଜଣା ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଏହି ରୋଗରେ ଆକ୍ରାନ୍ତ ହେଲେ ଲୋକଙ୍କ ହାତଗୋଡ଼ ଫୁଲିବା ସହ ଜ୍ୱରରେ ହଠାତ୍‌ ଲୋକଙ୍କ ମୃତ୍ୟୁ ହେଉଛି। ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନା ନ ଯାଇ ଗୁଣିଆ କିମ୍ବା କ୍ବାକ୍‌ଙ୍କ ଆଶ୍ରୟ ନେଉଛନ୍ତି। ଏହା ଜଣାପଡିବା ପରେ ଡାକ୍ତର ଅମିୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ହଳଦୀକୁଣ୍ତ ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ୧୫ଜଣଙ୍କୁ ମେଡିକାଲ ଆସିବାକୁ ପରାମର୍ଶ ଦେଇଥିଲେ। ତେବେ ଡାକ୍ତରଖାନାକୁ ଭରସା ନ କରି ମାତ୍ର ୪ ଜଣ ରୋଗୀ ଡାକ୍ତରଖାନା ଆସି ଭର୍ତ୍ତି ହୋଇଛନ୍ତି। ଗିରଫ କ୍ୱାକ୍‌ ମାଦ୍ରିଙ୍କୁ କୋର୍ଟଚାଲାଣ କରାଯାଇଥିବା ଆଇଆଇସି ସୂର୍ଯ୍ୟପ୍ରକାଶ ନାୟକ କହିଛନ୍ତି। ସୂଚନାଯୋଗ୍ୟ, ଗିରଫ କ୍ବାକ୍‌ ଜଣକ ପୂର୍ବରୁ ଡ୍ରାଇଭର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri