ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୧୦।୯(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ସମୟରେ ଜଣକର ମୃତ୍ୟୁ ହୋଇଛି। ସେ ହେଲେ ହଳଦୀକୁଣ୍ଡ ଗ୍ରାମର ମାସା ମାଡ଼କାମି। ଅନ୍ୟପକ୍ଷରେ କ୍ବାକ୍‌ଙ୍କ ଦ୍ବାରା ଚିକିତ୍ସିତ ହେଉଥିବା ବେଳେ ରୋଗୀ ମଧ୍ୟ ମୃତ୍ୟୁ ମୁଖରେ ପଡ଼ିଛନ୍ତି। ଶୁକ୍ରବାର ସମ୍ପୃୃକ୍ତ କ୍ବାକ୍‌ଙ୍କୁ ଗିରଫ କରି ମାଥିଲି ପୋଲିସ କୋର୍ଟଚାଲାଣ କରିଛି। ସମ୍ପୃକ୍ତ କ୍ୱାକ୍‌ ଜଣକ ହେଲେ ସାଲିମି ଗ୍ରାମର ନରେନ୍ଦ୍ର ମାଦ୍ରି। ମାଦ୍ରିଙ୍କ ବିରୋଧରେ ମାଥିଲି ସ୍ବାସ୍ଥ୍ୟ ଅଧିକାରୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତାଙ୍କ ନାମରେ ୧୮୨/୨୨ରେ ମାମଲା ରୁଜୁ ହୋଇଥିଲା। ଖବରରୁ ଜଣାପଡିଛି, ଗତ କିଛିଦିନ ହେବ ହଳଦୀକୁଣ୍ତରେ ଅଜଣା ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଏହି ରୋଗରେ ଆକ୍ରାନ୍ତ ହେଲେ ଲୋକଙ୍କ ହାତଗୋଡ଼ ଫୁଲିବା ସହ ଜ୍ୱରରେ ହଠାତ୍‌ ଲୋକଙ୍କ ମୃତ୍ୟୁ ହେଉଛି। ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନା ନ ଯାଇ ଗୁଣିଆ କିମ୍ବା କ୍ବାକ୍‌ଙ୍କ ଆଶ୍ରୟ ନେଉଛନ୍ତି। ଏହା ଜଣାପଡିବା ପରେ ଡାକ୍ତର ଅମିୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ହଳଦୀକୁଣ୍ତ ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ୧୫ଜଣଙ୍କୁ ମେଡିକାଲ ଆସିବାକୁ ପରାମର୍ଶ ଦେଇଥିଲେ। ତେବେ ଡାକ୍ତରଖାନାକୁ ଭରସା ନ କରି ମାତ୍ର ୪ ଜଣ ରୋଗୀ ଡାକ୍ତରଖାନା ଆସି ଭର୍ତ୍ତି ହୋଇଛନ୍ତି। ଗିରଫ କ୍ୱାକ୍‌ ମାଦ୍ରିଙ୍କୁ କୋର୍ଟଚାଲାଣ କରାଯାଇଥିବା ଆଇଆଇସି ସୂର୍ଯ୍ୟପ୍ରକାଶ ନାୟକ କହିଛନ୍ତି। ସୂଚନାଯୋଗ୍ୟ, ଗିରଫ କ୍ବାକ୍‌ ଜଣକ ପୂର୍ବରୁ ଡ୍ରାଇଭର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri