ଲୋକପାଳ ନିଯୁକ୍ତ କରିନାହାନ୍ତି ଓଡ଼ିଶାର ୧୧ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମ ମାନୁନାହାନ୍ତି। ଏହି ଖିଲାପୀ ତାଲିକାରେ ଭାରତର ଅନେକ ଶିକ୍ଷାନୁଷ୍ଠାନ ରହିଥିବାବେଳେ ଓଡ଼ିଶାରେ ଥିବା ସରକାରୀ ବିଶ୍ବବିଦ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ବାରମ୍ବାର ତାଗିଦ ସତ୍ତ୍ବେ ବହୁ ବିଶ୍ବବିଦ୍ୟାଳୟ ଲୋକପାଳ ନିଯୁକ୍ତ କରି ନ ଥିବାରୁ ଏହାକୁ ନେଇ ୟୁଜିସି କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ୟୁଜିସିର ଛାତ୍ରୀଛାତ୍ରଙ୍କ ଅଭିଯୋଗ ସମାଧାନ ନିୟମାବଳୀ ୨୦୨୩ ଅନୁସାରେ ଲୋକପାଳ ନିଯୁକ୍ତ କରିବାରେ ବିଫଳ ହୋଇଥିବା ବିଶ୍ବବିଦ୍ୟାଳୟଗୁଡ଼ିକର ତାଲିକା ଜାରି କରାଯାଇଛି। ଖିଲାପୀ ବିଶ୍ବବିଦ୍ୟାଳୟ ତାଲିକାରେ ଦେଶର ମୋଟ ୬୭ଟି ସରକାରୀ ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏଥିମଧ୍ୟରୁ ଓଡ଼ିଶାରୁ ୧୧ଟି ରହିଛି। ସେଗୁଡ଼ିକ ହେଲା ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ, ଉତ୍କଳ ବିଶ୍ବବିଦ୍ୟାଳୟ, ବିପିୟୁଟି, ଆଇଆଇଆଇଟି, କଳାହାଣ୍ଡି ବିଶ୍ୱବିଦ୍ୟାଳୟ, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ, ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ, ଓୟୁଟିଆର୍‌, ଓୟୁଏଟି, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଏବଂ ବୁର୍ଲା ବୀରସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ୍‌ ରିସର୍ଚ୍ଚ ବିଶ୍ୱବିଦ୍ୟାଳୟ।
ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ଅଭିଯୋଗ ସମାଧାନ ପାଇଁ ଏକ କମିଟି ଗଠନର ବ୍ୟବସ୍ଥା ରହିଛି। ଛାତ୍ରୀଛାତ୍ର ନାମଲେଖା, ପରୀକ୍ଷା, ଦେୟ, ନିର୍ଯାତନା ଆଦି ସଂକ୍ରାନ୍ତରେ ଏହି କମିଟି ନିକଟରେ ଅଭିଯୋଗ କରିପାରିବେ। ଏଥିସହ ପ୍ରତ୍ୟେକ ବିଶ୍ବବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଅଭିଯୋଗର ସମାଧାନ ପାଇଁ ଜଣେ ଲୋକପାଳ ନିଯୁକ୍ତ କରିବାକୁ ୟୁଜିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ବିଶ୍ବବିଦ୍ୟାଳୟ କିମ୍ବା ବିଶ୍ବବିଦ୍ୟାଳୟ ଅନୁବନ୍ଧିତ ମହାବିଦ୍ୟାଳୟ ବା ଅନୁଷ୍ଠାନର ଛାତ୍ରୀଛାତ୍ର ଲୋକପାଳଙ୍କ ନିକଟରେ ଆବେଦନ କରିପାରିବେ। ଶିକ୍ଷାନୁଷ୍ଠାନର ଅଭିଯୋଗ ସମାଧାନ କମିଟି ଦ୍ବାରା ଅଭିଯୋଗର ସମାଧାନ ନିର୍ଦ୍ଧାରିତ ସମୟରେ ନ ହୋଇପାରିଲେ, ସେମାନଙ୍କୁ ଲୋକପାଳଙ୍କ ନିକଟରେ ଆବେଦନ ପାଇଁ ସୁଯୋଗ ମିଳିବ। ହେଲେ ଉକ୍ତ ନିର୍ଦ୍ଦେଶନାମାକୁ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଳନ କରୁ ନ ଥିବାରୁ ୟୁଜିସି ଏନେଇ ବାରମ୍ବାର ଚିଠି ଲେଖି ତାଗିଦ କରିଛନ୍ତି। ଏହାସତ୍ତ୍ୱେ ଦେଶର ଅଧିକାଂଶ ସରକାରୀ ବିଶ୍ୱବିଦ୍ୟାଳୟ ଲୋକପାଳ ନିଯୁକ୍ତ କରି ନ ଥିବାରୁ ୟୁଜିସି ଏହି ତାଲିକା ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri