Posted inରାଜ୍ୟ

୧୧ ଜଣ ପୋଲିସ୍‌ଙ୍କୁ ନିଲମ଼୍ବନ ଆଦେଶ ଦେଲେ ଏସ୍‌ପି, ଗଞ୍ଜେଇ ମାଫିଆଙ୍କ ସହ…

କୋରାପୁଟ, ୧୪।୦୮(ଅନୀତା ବେହେରା): କୋରାପୁଟ ପୋଲିସ୍‌ ଅଧିକ୍ଷକଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ । ୧୧ ପୋଲିସ୍‌ କର୍ମଚାରୀଙ୍କୁ ନିଲମ଼୍ବନ ଆଦେଶ ଦେଇଛନ୍ତି ଏସ୍‌ପି । ଏହି କର୍ମଚାରୀ ଗଞ୍ଜେଇ ମାଫିଆଙ୍କୁ ପିଛା କରି ସେମାନଙ୍କ ସହ ଡିଲ କରିଥିବା ଅଭିଯୋଗ ହୋଇଥିଲା । ନିଲମ୍ବିତ ପୋଲିସ କର୍ମଚାରୀଙ୍କ ମଧ୍ୟରେ ୩ ଜଣ ଏସଆଇ, ୨ ଜଣ ଏପିଏଫ ଓ ୨ ଜଣ କନଷ୍ଟେବଳ ଅଛନ୍ତି। ଏଥିସହ ୨ ଜଣ ହୋମଗାର୍ଡଙ୍କୁ କାର୍ଯ୍ୟରୁ ସସ୍‌ପେଣ୍ଡ କରାଯାଇଥିବା ବେଳେ ତାଲିମ ନେଉଥିବା ୨ ଜଣ ଏସଆଇଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ କୋରାପୁଟ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଗତ ସୋମବାର ରାତିରେ ମାଛକୁଣ୍ଡ ଓ ଲମତାପୁଟ ପୋଲିସ ମିଳିତ ଭାବେ ସୀମାରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଆନ୍ଧ୍ର ପଟରୁ ଏକ ଗଞ୍ଜେଇ ଟ୍ରକ ଓଡ଼ିଶା ସୀମା ଦେଇ ବାହାର ରାଜ୍ୟକୁ ଯାଉଥିଲା। ମାଛକୁଣ୍ଡ ଓ ଲମତାପୁଟ ପୋଲିସ ଏହି ଗାଡ଼ି ଅଟକାଇବା ସହ ଗଞ୍ଜେଇ ମାଫିଆଙ୍କୁ ଅଟକ ରଖିଥିଲେ। ପରେ ଗଞ୍ଜେଇ ମାଫିଆମାନେ ପୁଲିସ ସହ ଏକ ଡିଲ କରିଥିଲେ। ମାଫିଆମାନେ ଗାଡ଼ି ଛାଡ଼ିବା ପାଇଁ ପୋଲିସ ସହ ୧୦ ଲକ୍ଷ ଟଙ୍କା ଡିଲ କରିଥିବା ସୂଚନା ରହିଛି। ପରେ ଗଞ୍ଜେଇ ମାଫିଆମାନେ ପୋଲିସକୁ ୫ ଲକ୍ଷ ଟଙ୍କା ଦେଇଥିବା ବେଳେ ଅବଶିଷ୍ଟ ଟଙ୍କା ଦେଇନଥିବା ଜଣାପଡ଼ିଛି ।ଯାହାକୁ ନେଇ ପୁଲିସ ଓ ଗଞ୍ଜେଇ ମାଫିଆଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ପୋଲିସ ଗାଡ଼ି ଛାଡ଼ିନଥିବା ବେଳେ ମାଫିଆମାନେ ଗାଡ଼ି ଛାଡ଼ି ପଳାଇଥିବା ନେଇ ସୂଚନା ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri