କରୋନା ଜାଲରେ କଟକ ସହର: ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

କଟକ ଅଫିସ, ୪।୭: କଟକରେ ଶନିବାର ଆଉ ୧୧ ନୂଆ କରୋନା ପଜିଟିଭ୍‌ କେସ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୬ ହୋଇଛି। ସେଥିରୁ ୨୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ୯୨ଜଣ ସକ୍ରିୟ କରୋନା ମାମଲା ରହିଛି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୫ ଇନ୍‌ଷ୍ଟିଚ୍ୟୁସନାଲ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ସେଥିରେ କ୍ୟାନ୍‌ସର ହସ୍ପିଟାଲର ରୋଗୀ ଏବଂ ସମ୍ପର୍କୀୟ ଅଛନ୍ତି। ସେହିଭଳି ୬ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ ମଧ୍ୟରେ ଜଣେ କୋଭିଡ ଯୋଦ୍ଧାଙ୍କ ସହ ୫ ଚାଉଳିଆଗଞ୍ଜ ଘରୋଇ ଡାକ୍ତରଖାନାର କର୍ମଚାରୀ ରହିଛନ୍ତି। ଏହା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri