ଖସିଲା କରୋନା ଗ୍ରାଫ୍‌: ଆଜି ୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨ା୨(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୭୯ରେ ପହଞ୍ଚିଥିବା ବେଳେ ୧୨,୭୮,୭୦୧ ଜଣ ସୁସ୍ଥ ହୋଇଛନ୍ତି। ୧୦୧ ଜଣ ଚିକିିତ୍ସିତ ହେଉଛନ୍ତି।