୧୧ କୁଇଣ୍ଟାଲ କେନ୍ଦୁପତ୍ର ଜବତ

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସୀମାନ୍ତ କଣିହାଁ ଅଞ୍ଚଳରୁ ଆସୁଥିବା ଏକ ଚୋରା କେନ୍ଦୁପତ୍ର ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ (ନଂ. ଓଡି୦୫ବିସି -୮୪୧୩)କୁ ଛେଣ୍ତିପଦା ବନବିଭାଗ ଶନିବାର ଜବତ କରିଛି। କଣିହାଁ ଥାନା ଦେନାଳି ଅଞ୍ଚଳରୁ ବ୍ରାହ୍ମଣବିଲ ଦେଇ ଅନୁଗୋଳ ଆଡ଼କୁ ଉକ୍ତ ଚୋରା କେନ୍ଦୁପତ୍ର ବୋଝେଇ ଗାଡ଼ି ଯାଉଥିବାବେଳେ ବିଶେଷ ସୂତ୍ରରୁ ସୂଚନା ପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ପ୍ରତାପ ଚନ୍ଦ୍ର ରାଉଳ, କୋଶଳା ସେକ୍ସନ ଫରେଷ୍ଟର ଦୀପକ କୁମାର ସେଠୀଙ୍କ ସମେତ କର୍ମଚାରୀମାନେ ବ୍ରାହ୍ମଣବିଲ ରାସ୍ତାରେ ଭୋର ପ୍ରାୟ ୩ଟା ବେଳେ ଜଗି ରହିଥିଲେ। ସେଠାରୁ ଗାଡ଼ିକୁ ପିଛା କରି କୋଶଳା ମେଡିକାଲ ଛକ ନିକଟରେ ଅଟକାଇବାରେ ସକ୍ଷମ ହୋଇଥିଲେ। ବନ ବିଭାଗ କର୍ମଚାରୀଙ୍କୁ ଦେଖି ପିକ୍‌ଅପ୍‌ ଚାଳକ ଗାଡ଼ି ଛାଡି ଫେରାର ହୋଇଯାଇଥିଲେ। ଗାଡି ଯାଞ୍ଚ ବେଳେ ସେଥିରେ ୨୩୦ଟି ବଣ୍ଡଲ ଚୋରା କେନ୍ଦୁପତ୍ର ଥିବା ଦେଖିବାକୁ ମିଳିଥିଲା। ଏହାପରେ ବନ ବିଭାଗ ଗାଡି ଜବତକରି ରେଞ୍ଜ କାର୍ଯ୍ୟାଳୟକୁ ଆଣିଥିଲା। ଜବତ କେନ୍ଦୁପତ୍ରର ଓଜନ ୧୧୫୦ କିଲୋଗ୍ରାମ ହେବ ବୋଲି ବନ ବିଭାଗ ସୂତ୍ରରୁ ଜଣାପଡିଛି। ଏ ନେଇ ବନବିଭାଗ ପକ୍ଷରୁ ନଂ. ୫/୨୨ରେ ମାମଲା ରୁଜୁ କରାଯିବା ସହ ତଦନ୍ତ ଜାରି ରହିଥିବା ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri