Posted inଜାତୀୟ

ଆତ୍ମସମର୍ପଣ କଲେ ୧୧ ବଳାତ୍କାରୀ

ଗୋଧ୍ରା,୨୩।୧: ବିଲ୍‌କିସ୍‌ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାର ସମସ୍ତ ୧୧ ଦୋଷୀ ରବିବାର ରାତିରେ ଗୁଜରାଟ ପଞ୍ଚମହଲ ଜିଲାର ଗୋଧ୍ରା ସବ୍‌ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପାଇଁ ସମୟ ବଢ଼ାଇବା ନିମନ୍ତେ ସେମାନଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେବା ସହ ରବିବାର ସୁଦ୍ଧା ଆତ୍ମସମର୍ପଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ୨୦୨୨ ଅଗଷ୍ଟ ୧୫ରେ ଗୁଜରାଟ ସରକାର ଅପରାଧୀମାନଙ୍କୁ କ୍ଷମା ଦେଇ ମିଆଦ ପୂରିବା ପୂର୍ବରୁ ଜେଲରୁ ମୁକ୍ତ କରିଦେଇଥିଲେ। ଗତ ୮ ତାରିଖରେ ସର୍ବୋଚ୍ଚ ଅଦାଲତ ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ଖାରଜ କରିଦେଇ ଅପରାଧୀମାନଙ୍କୁ ଜେଲ ଫେରିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ଅପରାଧୀମାନେ ହେଲେ ବକାଭାଇ ଭୋହାନିଆ, ବିପିନ ଚନ୍ଦ୍ର ଜୋଷୀ, କେସରଭାଇ ଭୋହନିଆ, ଗୋବିନ୍ଦ ନାଇ, ଯଶଓ୍ବନ୍ତ ନାଇ, ମିତେଶ ଭଟ୍ଟ, ପ୍ରଦୀପ ମୋର୍ଧତ୍ଆ, ରାଧେଶ୍ୟାମ ଶାହ, ରାଜୁଭାଇ ସୋନି, ରମେଶ ଚନ୍ଦନ ଏବଂ ଶୈଳେଶ ଭଟ୍ଟ। ୨୦୦୨ ଗୋଧ୍ରା ସାମ୍ପ୍ରଦାୟିକ ଦଙ୍ଗା ବେଳେ ୫ ମାସର ଗର୍ଭବତୀ ଥିବା ୨୧ ବର୍ଷୀୟା ବିଲ୍‌କିସ୍‌ଙ୍କୁ ଅପରାଧୀମାନେ ଗଣବଳାତ୍କାର କରିବା ସହ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା କରିଥିଲେ। ଅପରାଧୀମାନେ ବିଲ୍‌କିସ୍‌ଙ୍କ ୩ ବର୍ଷର ଝିଅକୁ ମଧ୍ୟ ଛାଡ଼ି ନ ଥିଲେ। ଏହି ମାମଲାରେ ଅପରାଧୀମାନେ ଗୋଧ୍ରା ସବ୍‌ଜେଲରେ ଆଜୀବନ ଜେଲଦଣ୍ଡ ଭୋଗୁଥିବାବେଳେ ଗୁଜରାଟ ସରକାର ବେଆଇନ ଭାବେ ସେମାନଙ୍କ କ୍ଷମା ଆବେଦଳକୁ ବିଚାର କରି ୨୦୨୨ ଅଗଷ୍ଟ ୧୫ରେ ସେମାନଙ୍କୁ ମୁକ୍ତ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri